ନିଶ୍ଚିନ୍ତକୋଇଲି,୪ା୧(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ବଡ଼କ୍ଷୀର ପଞ୍ଚାୟତ ଗୋପପୁର ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଆକସ୍ମିକ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାରର ଦୁଇ ବଖରା ଗୃହ ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଯାଇଛି। ଘରେ ଥିବା ୧୮ଟି ଛେଳି ମଧ୍ୟରୁ ୧୩ଟି ଛେଳି ଓ ୩ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଏଥିରେ ଗୃହକର୍ତ୍ତା ପ୍ରଭାକର ଗାହାଣ ଓ ମିନତୀ ଗୁରୁତର ହୋଇ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛି।