Categories: ଜାତୀୟ

ବାରମୂଳାରେ ସେନାର ପାଟ୍ରୋଲିଂ ପାର୍ଟି ଉପରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୧୨।୮: ଜମ୍ମୁ-କଶ୍ମୀରରେ ସେନା ପାଟ୍ରୋଲିଂ ପାର୍ଟି ଉପରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ବାରାମୂଳା ଜିଲାର ସୋପୋରେର ହାଇଗାମ ଅଞ୍ଚଳରେ ସନ୍ଦିଗ୍ଧ ଆତଙ୍କବାଦୀମାନେ ବୁଧବାର ସେନାଙ୍କ ଉପରେ ଅଚାନକ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ଜଣେ ଯବାନ ଆହତ ହୋଇଥିବା ବେଳେ ତାଙ୍କୁ ସଙ୍ଗେ ସଙ୍ଗେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ବୁଧବାର ଆତଙ୍କବାଦୀମାନେ ହାଇଗାମର ଟାଇମ୍‌ ପାସ୍‌ ହୋଟେଲ ନିକଟରେ ସେନା, ସିଆରପିଏଫ୍‌ ଓ ପୋଲିସର ମିଳିତ ନାକା ଦଳ ଉପରେ ଅତର୍କିତ ଗୁଳି ଚଳାଇଥିଲେ। ଏହାର ପ୍ରତିଜବାବରେ ସୁରକ୍ଷାକର୍ମୀ ମଧ୍ୟ ଆକ୍ରମଣ କରିଥିଲେ। ହେଲେ ଘଟଣାସ୍ଥଳରୁ ଆତଙ୍କବାଦୀମାନେ ଫେରାର ହେବାରେ ସଫଳ ହୋଇଥିଲେ। ଏହି ଆକ୍ରମଣରେ ଜଣେ ଯବାନ ଆହତ ହୋଇଥିବା ବେଳେ ଚିକିତ୍ସା ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଅନ୍ୟପଟେ ଆତଙ୍କବାଦୀଙ୍କୁ ଖୋଜିବା ପାଇଁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।

Share