Categories: ଜାତୀୟ

ସିଆର୍‌ପିଏଫ୍‌ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ…

ଶ୍ରୀନଗର,୧୭।୧୧: ଜମ୍ମୁ-କଶ୍ମୀରରେ ସିଆର୍‌ପିଏଫ୍‌ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ୨ ଯବାନଙ୍କ ସମେତ ୫ ଜଣ ଆହତ ହୋଇଛନ୍ତି। ବାରମୁଳା ଜିଲାର ପାଲହାଲନ ପଟ୍ଟନ ଅଞ୍ଚଳରେ ପାଟ୍ରୋଲିଂ ଦଳ ଉପରେ ଗ୍ରେନେଡ୍‌ ମାଡ଼ କରାଯାଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ବୁଧବାର ସୂଚନା ପ୍ରଦାନ କରାଯାଇଛି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଆକ୍ରମଣ ପରେ ଆତଙ୍କବାଦୀମାନେ ଫେରାର ହୋଇ ଯାଇଛନ୍ତି। ସମଗ୍ର ଅଞ୍ଚଳକୁ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଛି। ଏଠାରେ ଲଗାଯାଇଥିବା ସିସିଟିଭି କ୍ୟାମେରା ଫୁଟେଜରୁ ମଧ୍ୟ ଆବଶ୍ୟକ ସୂଚନା ସଂଗ୍ରହ କରାଯାଉଥିବା ପୋଲିସ ପକ୍ଷରୁ କୁହାଯାଇଛି।

Share