ଶ୍ରୀନଗର,୨୭।୧୦: ଜମ୍ମୁ-କଶ୍ମୀର କୁଲଗାମ ଜିଲା କୌସରନାଗ ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ସୁରକ୍ଷାବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଏନ୍କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଏନେଇ କଶ୍ମୀର ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ ଏବଂ ସୁରକ୍ଷାବାହିନୀର ମିଳିତ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା। ତେବେ ପୋଲିସ, ସୁରକ୍ଷାବାହିନୀ ଏହି ଅଞ୍ଚଳକୁ ଘେରାବନ୍ଦୀ କରିବା ପରେ ସେଠାରେ ଲୁଚି ରହିଥିବା ଆତଙ୍କବାଦୀମାନେ ଭୟଭୀତ ହୋଇ ଆଖିବୁଜା ଗୁଳି ଚାଳନା କରିଥିଲେ। ଏହାର ପ୍ରତି ଜବାବରେ ସୁରକ୍ଷାକର୍ମୀ ମଧ୍ୟ ପାଲଟା ଆକ୍ରମଣ କରିଥିଲେ। ତେବେ ସୁରକ୍ଷାକର୍ମୀଙ୍କ ଏହି
ଏନ୍କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି।