Categories: ଜାତୀୟ

ବାରମୂଳାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ଜଣେ ଆତଙ୍କବାଦୀ ନିପାତ

ଶ୍ରୀନଗର,୨୨।୮: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ଜାରି ରହିଛି। ଶନିବାର ବାରମୂଳାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନ୍‌କାଉଣ୍ଟରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବାରମୂଳା ସଲୁସାରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ବିଶ୍ୱସ୍ତ ସୂତ୍ରରୁ ସୁରକ୍ଷାକର୍ମୀଙ୍କୁ ସୂଚନା ମିଳିଥିଲା। ଏହାପରେ ଉକ୍ତ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ୍‌ କରାଯାଇଥିଲା। ଏହି ସମୟରେ ଆତଙ୍କବାଦୀ ଭୟଭୀତ ହୋଇପଡ଼ି ସୁରକ୍ଷାକର୍ମୀଙ୍କ ଉପରେ ଆଖିବୁଜା ଗୁଳିଚାଳନା କରିଥିଲେ। ଏହାର ପ୍ରତି ଜବାବରେ ସୁରକ୍ଷାକର୍ମୀ ମଧ୍ୟ ପାଲଟା ଆକ୍ରମଣ କରିଥିଲେ। ଏହି ଗୁଳିବିନିମୟରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି। ତେବେ ଆହୁରି ଆତଙ୍କାବଦୀ ଲୁଚି ରହିଥିବାରୁ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି ବୋଲି ଜମ୍ମୁ-କଶ୍ମୀର ପୋଲିସ ସୂଚନା ଦେଇଛି।

Share