Categories: ଜାତୀୟ

ବଡଗାମ୍‌ରେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୭।୮: ଜମ୍ମୁ-କଶ୍ମୀରରେ ଜାରି ରହିଥିବା ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ବଡଗାମ୍‌ର ମୋଚଓ୍ବା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏଠାରେ ଆତଙ୍କବାଦୀ ଲୁଚି ଥିବା ଖବର ମିଳିବା ପରେ କଶ୍ମୀର ଜୋନ୍‌ ପୋଲିସ, ସିଆର୍‌ପିଏଫ୍‌ ଏବଂ ସେନା ଯବାନଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଜାରି କରାଯାଇଥିଲା। ମାତ୍ର ଆତଙ୍କବାଦୀମାନେ ମିଳିତ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଗୁଳି ଚାଳନା କରାଯାଇଥିଲା। ଅନ୍ୟ ଜଣେ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

Share