ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ରିପୋର୍ଟ ଅନୁଯାୟୀ, ମସ୍କଙ୍କ ଗସ୍ତ ସ୍ଥଗିତ ରଖାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଏଲନ ମସ୍କଙ୍କ ଭେଟିବାର କାର୍ଯ୍ୟକ୍ରମ ଥିଲା, ଯେଉଁଠାରେ ସେ ଭାରତୀୟ ବଜାରରେ ଟେସଲାର ପ୍ରବେଶ ବିଷୟରେ ଆଲୋଚନା କରିଥାନ୍ତେ। ଏଥିସହ ଭାରତରେ ଟେସଲା କାରଖାନା ସ୍ଥାପନ ବିଷୟରେ ମଧ୍ୟ ଆଲୋଚନା କରିବାର ଯୋଜନା ଥିଲା।

ତେବେ ଟେସଲା ସିଇଓ ମସ୍କ ଭାରତ ଗସ୍ତକୁ କାହିଁକି ସ୍ଥଗିତ ରଖିଛନ୍ତି ତାହା ଏ ପର୍ଯ୍ୟନ୍ତ ଜଣାପଡିନାହିଁ। ସୂତ୍ରରୁ ପ୍ରକାଶ ଯେ ମସ୍କଙ୍କ ଭାରତ ଗସ୍ତ ଏକ ଏପରି ସମୟରେ ହୋଇଥିଲା ଯେତେବେଳେ ତାଙ୍କୁ ଏପ୍ରିଲରେ ୨୩ରେ ଆମେରିକାରେ ଟେସଲାର ପ୍ରଥମ କ୍ୱାର୍ଟର ପ୍ରଦର୍ଶନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେବାକୁ ଥିଲା। ଯଦି ମସ୍କ ୨୧-୨୨ରେ ଭାରତରେ ଗସ୍ତରେ ଯାଇଥାନ୍ତେ, ତେବେ ୨୩ ଏପ୍ରିଲରେ ହେବାକୁ ଥିବା ସମ୍ମିଳନୀରେ ଯୋଗଦେବା ତାଙ୍କ ପାଇଁ କଷ୍ଟକର ହୋଇଥାନ୍ତା। ଏହି କାରଣରୁ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି ବୋଲି ବିଶ୍ୱାସ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

କାଙ୍ଗାଳ ପାକିସ୍ତାନ ହାତରେ ଲାଗିଲା ଏମିତି ଭଣ୍ଡାର, ବଦଳିଯିବ ଭାଗ୍ୟ

ଇସଲାମାବାଦ,୭।୯: ପାକିସ୍ତାନର ଅନାହାର ଏବଂ ଦୁଃଖଦ ଅବସ୍ଥା ବିଷୟରେ ସମଗ୍ର ବିଶ୍ୱ ଅବଗତ ଅଛି। ପଡୋଶୀ ଦେଶରେ ପରିସ୍ଥିତି ଏପରି ଯେ ଅନେକ ଲୋକ ଏହାକୁ...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ୟୁନେସ-ମୋଦିଙ୍କ ମଧ୍ୟରେ କଥାବାର୍ତ୍ତା ପାଇଁ ଅନୁରୋଧ କଲା ବାଂଲାଦେଶ

ବାଂଲାଦେଶ,୭।୯: ବାଂଲାଦେଶ ଚଳିତ ସପ୍ତାହ ଆରମ୍ଭରୁ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମହମ୍ମଦ ୟୁନୁସ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ ସାକ୍ଷାତ ପାଇଁ ଏକ ଔପଚାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri