ପ୍ରେମିକାଙ୍କୁ ଜନ୍ମଦିନରେ ସ୍ବତନ୍ତ୍ର ଉପହାର ଦେଲେ ରାଜା

ଥାଇଲାଣ୍ଡର ୬୮ ବର୍ଷୀୟ ରାଜା ମହା ଭାଜିରାଲଙ୍ଗକର୍ନ ନିଜ ୩୨ ବର୍ଷୀୟା ପ୍ରେମିକା ସିନିନଟ ଓ୍ବଙ୍ଗଭାଜିରାପକଡିଙ୍କୁ ତାଙ୍କ ଜନ୍ମଦିନରେ ସ୍ବତନ୍ତ୍ର ଉପହାର ଦେଇଛନ୍ତି। ରାଜା ମହା ତାଙ୍କୁ ମୁକୁଟ ପିନ୍ଧାଇ ଦେଶର ଦ୍ୱିତୟ ରାଣୀ କରିଛନ୍ତି। ସିନିନଟ ଓ୍ବଙ୍ଗଭାଜିରାପକଡି ପୂର୍ବରୁ ଅନେକ ବିବାଦରେ ରହିଛନ୍ତି। ସେ ୨୦୧୯ରେ ଥାଇ କିଙ୍ଗର ପ୍ରଥମ ରାଣୀଙ୍କ ଶୋଭାଯାତ୍ରାକୁ ଭଣ୍ଡୁର କରିବାକୁ ଚେଷ୍ଟା କରିଥିଲେ। ଏହି କାରଣରୁ ତାଙ୍କୁ ଗିରଫ ମଧ୍ୟ କରାଯାଇଥିଲା। ସିନିନଟ ଥାଇଲାଣ୍ଡର ପାଇଲଟ ଭାବରେ ତାଲିମ ନେଇଛନ୍ତି। ଏଥିସହ ସେ ଥାଇ କିଙ୍ଗ୍‌ର ରୟାଲ ବଡିଗାର୍ଡ ୟୁନିଟରେ କାମ କରିଛନ୍ତି। ୨୦୧୯ରେ ତାଙ୍କର ପଦୋନ୍ନତି ହୋଇ ତାଙ୍କୁ ମେଜର ଜେନେରାଲ କରାଯାଇଥିଲା। ଚମତ୍କାର କ୍ୟାରିୟର ଥିବା ସତ୍ତ୍ୱେ ସେ ଅନେକ ବିବାଦର ସମ୍ମୁଖୀନ ହୋଇଥିଲେ। ଗତ ମାସରେ ତାଙ୍କ ନ୍ୟୁଡ୍‌ ସେଲ୍‌ଫି ଇଣ୍ଟରନେଟ୍‌ରେ ଲିକ୍‌ ହୋଇଥିଲା। ଏଥିସହ ଥାଇଲାଣ୍ଡ ରାଜାଙ୍କ ସହ ତାଙ୍କର ଘନିଷ୍ଠତା ସମୟର ଫଟୋ ମଧ୍ୟ ଭାଇରାଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶେଖ ହାସିନାଙ୍କ ପ୍ରତ୍ୟର୍ପଣ ପାଇଁ ଭାରତକୁ ଚିଠି ଲେଖିଲା ବାଂଲାଦେଶ

ଢାକା,୨୩।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟର୍ପଣ ଦାବିରେ ବାଂଲାଦେଶ ଭାରତକୁ ଏକ ଚିଠି ଲେଖିଛି। ବାଂଲାଦେଶର ବୈଦେଶିକ ବ୍ୟାପାର ପରାମର୍ଶଦାତା ତାହିଦ ହୁସେନ କହିଛନ୍ତି...

ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ

ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର...

ରାଜନୀତିରୁ କାହିଁକି ଦୂରେଇ ଗଲେ ଇଭାଙ୍କା ଟ୍ରମ୍ପ, ନୂଆ ସରକାରରେ ସାମିଲ ନ ହେବାର କାରଣ ଜାଣନ୍ତୁ

ଓ୍ବାଶିଂଟନ,୨୩।୧୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ ଝିଅ ଇଭାଙ୍କା ଟ୍ରମ୍ପ ରାଜନୀତିରୁ ନିଜକୁ ଦୂରେଇ ରଖିଛନ୍ତି। ଇଭାଙ୍କା ତାଙ୍କ ପିତା ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ସରକାରରେ...

୧୨ ବର୍ଷର ଛାତ୍ର ହେଲେ ଶିକ୍ଷୟିତ୍ରୀଙ୍କ ପିଲାର ପିତା! DNA ଖୋଲିଲା ରାଜ୍‌

ଓ୍ବାଶିଂଟନ,୨୩।୧୨: ଆମେରିକାର ଟେନେସି ରାଜ୍ୟରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଜଣେ ଟେନିସି ରାଜ୍ୟ ବିଦ୍ୟାଳୟର ଶିକ୍ଷୟିତ୍ରୀ ଜଣେ ୧୨ ବର୍ଷର ବାଳକକୁ ବଳାତ୍କାର...

କୋଣାର୍କଠାରେ ନିର୍ମିତ ହୋଇଥିଲା ମହାଶ୍ରମଙ୍କ ବିଜୟୀ-ବିଗ୍ରହ

ଆମେ ଗତସଂଖ୍ୟାରେ ସୂଚନା ଦେଇଥିଲୁ ୧୨୫୫ ମସିହାରେ ପଗଡ଼ି ସଦୃଶ ବାରଟି ମୁକୁଟ ଲାଙ୍ଗୁଳା ନରସିଂହଙ୍କ ଆଦେଶରେ ଶ୍ରୀପୁରୁଷୋତ୍ତମ କୋଷାଗାରକୁ ଅର୍ଥାତ୍‌ ଶ୍ରୀମନ୍ଦିର ଭଣ୍ଡାରକୁ ପଠାଯାଇଥିଲା।...

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ...

ଦିନେ ଆମେରିକାର ରାଷ୍ଟ୍ରପତି ହେବେ ଏଲୋନ ମସ୍କ? ଏହି ପ୍ରଶ୍ନର ଏମିତି ଉତ୍ତର ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୧୨: ନିକଟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକାର ରାଷ୍ଟ୍ରପତି ଭାବେ ନିର୍ବାଚିତ କରାଯାଇଛି, ସେ ମଧ୍ୟ ଖୁବ ଶୀଘ୍ର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି।...

ଭାରତରୁ ପଙ୍ଗା ନେଲା ତ ଆମେରିକା ଶିଖାଇଲା ବୁଦ୍ଧି, ଏବେ ଚାଇନାର ନିଷ୍ପତ୍ତିକୁ ନେଇ ଅଡୁଆରେ ପଡିବେ ଟ୍ରୁଡୋ!

ଟରଣ୍ଟୋ,୨୩।୧୨: କାନାଡା ପାଇଁ ଆଉ ଏକ ଖରାପ ଖବର ସାମ୍ନାକୁ ଆସିଛି, ଯାହା ଭାରତ ସହ ସମ୍ପର୍କକୁ ନଷ୍ଟ କରିସାରିଛି। ଏଥର ଏହି ପ୍ରସଙ୍ଗ ଚାଇନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri