କଂସବଧ ସହ ସରିଲା ୧୧ଦିନ ବ୍ୟାପି ଧନୁଯାତ୍ରା

ମଥୁରାନଗରୀ,୧୩।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାର ଉଦଯାପିତ ହୋଇଛି। ଦୀର୍ଘ ୧୧ ବ୍ୟାପି ହୋଇଥିବା ଏହି ମହୋତ୍ସବରେ କଂସବଧ ଦୃ୍ଯାଭିନୟ ଅଭିନୀତ ହୋଇଥିଲା। କଂସବଧ ପରେ ଉଗ୍ରସେନଙ୍କ ରାଜ୍ୟାଭିଷେକ ହୋଇଥିଲା ଏବଂ ଚଳିତବର୍ଷ ଧନୁଯାତ୍ରା ମହୋତ୍ସବ ସରିଥିଲା। ଅନ୍ତିମ ଦିବସରେ ଏହି ଦୃ୍ଯାଭିନୟ ଦେଖିବା ପାଇଁ ଦର୍ଶକଙ୍କ ପ୍ରବଳ ଭିଡ଼ ହୋଇଥିଲା।

ଅନ୍ୟଦିନ ଭଳି କଂସ ମହାରାଜ ରାଜମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ। ଭ୍ରମଣ ବାଟରେ ସେ ଜର୍ଜ ହାଇସ୍କୁଲ ପଡ଼ଇାରେ ଲାଗିଥିବା ମୀନାବଜାର ଏବଂ ସେଠାରେ ସ୍ବେଚ୍ଛାସେବୀ ଅନୁଷ୍ଠାନ ନିଷ୍ଠା ପରିବାର ପକ୍ଷରୁ ଚାଲିଥିବା ରେଡ୍‌ଡ୍ରପ୍‌ ମାରାଥନ୍‌ ରକ୍ତଦାନ ଶିବିର ପରିଦର୍ଶନ କରିଥିଲେ। ଭ୍ରମଣ ସାରି କଂସ ଲୋକ ମଣ୍ଡପ ପଡ଼ଇାସ୍ଥିତ ରାଜ ଦରବାରକୁ ପହଞ୍ଚିଥିଲେ। ସେଠାରେ ଶ୍ରୀକୃଷ୍ଣ, ବଲରାମଙ୍କୁ ହ୍ଯଯା କରିବା ପାଇଁ ସେନାପତି, ମହାମନ୍ତ୍ରୀ, ଚାଣୁର, ମୁଷ୍ଟିକ ଆଦି ସୈନ୍ୟ ସାମନ୍ତଙ୍କ ସହିତ ରଣକୌଶଳ କରିଥିଲେ।

ଅନ୍ୟପଟେ ଶ୍ରୀକୃଷ୍ଣ ହାଟପଦାସ୍ଥିତ ଦରବାରକୁ ଯାଇ ଶିବଧନୁ ଭଙ୍ଗ କରିଥିଲେ। ତାଙ୍କ କରାଘାତରେ କୁବଳୟା ହସ୍ତୀ ପ୍ରାଣ ହରାଇଥିଲା। ଏହାପରେ ବେନିଭାଇ ଶ୍ରୀକୃଷ୍ଣ, ବଲରାମ ଲୋକ ମଣ୍ଡପ ପଡ଼ଇାସ୍ଥିତ ରାଜ ଦରବାରକୁ ଆସିଥିଲେ। ଶ୍ରୀକୃଷ୍ଣ, ବଲରାମଙ୍କୁ ହ୍ଯଯା କରିବା ପାଇଁ ସେମାନେ ନିଶ୍ଚୟ ସକ୍ଷମ ହେବେ ବୋଲି କଂସ ମହାରାଜଙ୍କ ପାତ୍ରମନ୍ତ୍ରୀ, ସେନାପତି ନିଜ ପରାକ୍ରମ ଦେଖାଇଥିଲେ। କଂସ ମହାରାଜ ରାଣୀ ପଦ୍ମାବତୀଙ୍କ ବାରଣ ସତ୍ତ୍ୱେ ରଣାଙ୍ଗନକୁ ଓହ୍ଲାଇଥିଲେ। କିନ୍ତୁ ବେନିଭାଇଙ୍କ ହାତରେ କଂସଙ୍କ ନିଧନ ହୋଇଥିଲା।

ଏହାପରେ ରାଜା ଉଗ୍ରସେନଙ୍କ ପୁଣି ରାଜ୍ୟାଭିଷେକ ହୋଇଥିଲା। ଶ୍ରୀକୃଷ୍ଣ, ବଲରାମ କାରାଗାରକୁ ଯାଇ ସେଠାରେ ବନ୍ଦୀଥିବା ଦେବକୀ, ବସୁଦେବଙ୍କୁ ମୁକ୍ତ କରିଥିଲେ। ଏହାପରେ ମଥୁରାବାସୀ ବାଣ ଫୁଟାଇ ଏବଂ ଲଡ଼ୁ ବାଣ୍ଟି ଖୁସି ମନାଇଥିଲେ। ଶେଷରେ କଂସ ଅଭିନେତା ଭୁବନେଶ୍ୱର ପ୍ରଧାନ ପାପରୁ ମୁକ୍ତି ପାଇଁ ଶ୍ରୀକ୍ଷେତ୍ର ପୁରୀକୁ ଯାତ୍ରା କରିଥିଲେ।

ମଙ୍ଗଳବାର ସକାଳେ ସେ ମହୋଦଧିରେ ସ୍ନାନ କରିବା ସହିତ ଜଗନ୍ନାଥ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି କଂସ ମହାରାଜଙ୍କ ଅନ୍ୟ ସେନାପତି, ପାତ୍ରମନ୍ତ୍ରୀମାନେ ବରଗଡ଼ ଜିଲା ପାଇକମାଳ ବ୍ଲକ ନୃସିଂହନାଥକୁ ଯାଇ ସେଠାରେ ବହି ଯାଇଥିବା ଗୋକୁଣ୍ଡ ଘାଟରେ ସ୍ନାନ କରିବା ସହିତ ମହାପ୍ରଭୁ ନୃସିଂହନାଥଙ୍କ ଦର୍ଶନ କରିବେ ବୋଲି ସୂଚନା ମିଳିଛି।

ଅନ୍ତିମ ଦିବସରେ ଜିଲାପାଳ ଆଦିତ୍ୟ ଗୋୟଲ, ଜିଲା ପରିଷଦ ଅ୍ଯଯକ୍ଷା ମାନିନୀ ଭୋଇ ରାଜଅତିଥିଭାବେ ଯୋଗ ଦେଇଥିଲେ। ସେହିପରି ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ, ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ଭଟଲି ବିଧାୟକ ଇରାସିସ୍‌ ଆଚାର୍ଯ୍ୟ, ବରଗଡ଼ ପୋୖରାଧକ୍ଷ କଳ୍ପନା ମାଝୀ ପ୍ରମୁଖ ଅତିଥିଭାବେ ଉପସ୍ଥିତ ଥିଲେ। ଧନୁଯାତ୍ରା ମହୋତ୍ସବ ଅବସରରେ ରେଡ୍‌ ଡ୍ରପ୍‌ ମାରାଥନ ରକ୍ତଦାନ ଶିବିର ଆୟୋଜନ କରିଥିବା ସ୍ବେଚ୍ଛାସେବୀ ଅନୁଷ୍ଠାନ ନିଷ୍ଠା ପରିବାର ଏବଂ ମାଗଣରେ ଚା, ପାନୀୟଜଳ ଯୋଗାଣ କରିଥିବା ଆର୍ଟ ଅଫ୍‌ ଲିଭିଙ୍ଗ ଅନୁଷ୍ଠାନକୁ ସମ୍ବର୍ଦ୍ଧିତ କରାଯାଇଥିଲା। ଧନୁଯାତ୍ରା ମହୋତ୍ସବ ସମିତିର ଆବାହକ ସୁରେଶ୍ୱର ଶତପଥୀ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭପାତ ନ କରିବାରୁ ପ୍ରେମିକାଙ୍କୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ ପ୍ରେମିକ

ମାଲକାନଗିରି,୨୧ା୪(ଗୌରୀଶଙ୍କର ପଣ୍ଡା): ଗତ ଏପ୍ରିଲ ୧୨ରେ ମାଲକାନଗିରି ବ୍ଲକ ରେଙ୍ଗାବନ୍ଧ ଗ୍ରାମ ନିକଟ ଜଙ୍ଗଲରେ ଜଣେ ଯୁବତୀଙ୍କ ଗଳିତ ମୃତଦେହ ଜବତ ଘଟଣାରେ ପୋଲିସ ତଦନ୍ତ...

ଭାଷା ଭେଳିକି

ସାଧାରଣରେ କୁହାଯାଇଥାଏ ଆମେ ଭାରତୀୟ ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ସମାନ। ସମ୍ବିଧାନରେ ସବୁ ପ୍ରକାର ନିରପେକ୍ଷତା ଉପରେ ଗୁରୁତ୍ୱ ଦିଆଯାଇଛି। କିନ୍ତୁ ବାସ୍ତବରେ...

ଚକଡ଼ା ପ୍ରଭାବ: କ୍ଷେତରେ ସ୍ଥିତି ଅନୁଧ୍ୟାନ କଲା କୃଷି ବିଭାଗ

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ରବି ଧାନଚାଷ ଆରମ୍ଭରୁ ପାଗ ଅନୁକୂଳ ଥିଲା। ଫଳରେ ଏଥର ବରଗଡ଼ ଜିଲାରେ ରବି ଧାନ ଫସଲ ଭଲ ହୋଇଛି। କିନ୍ତୁ ଧାନ...

୭ ବର୍ଷରେ ଏପ୍ରିଲ ତାପମାତ୍ରା ୪ ଡିଗ୍ରୀ ବଢ଼ିଛି

ବୁଏନ୍ସ ଏୟାର୍ସ, ୨୧।୪: ୨୦୨୫ ଏପ୍ରିଲରେ ଭାରତ ଓ ପାକିସ୍ତାନରେ ଗ୍ରୀଷ୍ମପ୍ରବାହ ସୀମା ଟପିଛି। ଏକ ନୂଆ ଅନ୍ତର୍ଜାତୀୟ ବୈଜ୍ଞାନିକ ବିଶ୍ଳେଷଣ ଅନୁଯାୟୀ, ବିଂଶ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧ...

ନିଖୋଜ ଆଶୀର୍ବାଦଙ୍କ ମୃତଦେହ ମିଳିଲା: ମାରି ଫିଙ୍ଗିଥିଲେ ଦାଦା!

ଡେଲାଙ୍ଗ,୨୧ା୪: ପୁରୀ ଜିଲା ଡେଲାଙ୍ଗର ନିଖୋଜ ନାବାଳକ ଆଶୀର୍ବାଦ ସାହୁଙ୍କ ମୃତଦେହ ସୋମବାର ମିଳିଛି। ୭ ଦିନ ପରେ ଘର ପାଖ ପାଇଖାନା ଟାଙ୍କିରୁ ମୃତଦେହ...

ନିଶିକାନ୍ତ, ଦୀନେଶଙ୍କୁ ବହିଷ୍କାର କର: କଂଗ୍ରେସ

ନୂଆଦିଲ୍ଲୀ,୨୧ା୪: ଲୋକ ସଭାରେ ଚତୁର୍ଥ ଥର ପାଇଁ ଭାଜପାରୁ ପ୍ରତିନିଧିତ୍ୱ କରୁଥିବା ନିଶିକାନ୍ତ ଦୁବେ ଶନିବାର ଏନେଇ ସୁପ୍ରିମକୋର୍ଟଙ୍କ କାର୍ଯ୍ୟ ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରି...

ଆମେରିକାରେ ତେଜୁଛି ଟ୍ରମ୍ପ୍‌ ବିରୋଧୀ ବିକ୍ଷୋଭ

ଓ୍ବାଶିଂଟନ୍‌,୨୧ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପ୍ରତ୍ୟର୍ପଣ, ଛଟେଇ, ଗାଜା ଓ ୟୁକ୍ରେନ୍‌ ଯୁଦ୍ଧ ନୀତି ବିରୋଧରେ ଶନିବାର ଓ୍ବାଶିଂଟନ୍‌, ନ୍ୟୁୟର୍କ ଓ ଶିକାଗୋ ସମେତ...

ଆଜି ଭୁବନେଶ୍ୱରରେ ନୁହେଁ, ସମ୍ବଲପୁରରେ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର,୨୧ା୪(ପ୍ରମୋଦ ବହିଦାର): ଓଡ଼ିଶା ଇତିହାସରେ ପ୍ରଥମଥର ପାଇଁ ଜଣେ ମୁଖ୍ୟମନ୍ତ୍ରୀ ରାଜଧାନୀ ଭୁବନେଶ୍ୱର ବାହାରେ ଲୋକଙ୍କ ଅଭିଯୋଗ ଶୁଣିବେ। ସୋମବାର ସମ୍ବଲପୁରରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image