କାମରେ ଆସୁନି ଗୋଷ୍ଠୀ ଶୌଚାଳୟ: ଲକ୍ଷାଧିକ ଟଙ୍କା ଖର୍ଚ୍ଚକୁ ନେଇ ଉଠିଲା ପ୍ରଶ୍ନ

ଦାରିଙ୍ଗବାଡି,୨ /୪ (ଅରୁଣ ସାହୁ): ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ସରକାର କୋଟି କୋଟି ଟଙ୍କା ଅନୁଦାନ ଦେଉଛନ୍ତି। ଏଥିପାଇଁ ପଞ୍ଚାୟତ ସମିତି ଏବଂ ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ଜନହିତରେ ଶୁଦ୍ଧ ପିଇବାପାଣିର ବ୍ୟବସ୍ଥା ସହ ଗୋଷ୍ଠୀ ଶୌଚାଳୟ, ବିଶ୍ରାମଗାର ଆଦି ବ୍ୟବସ୍ଥା କରାଯାଉଛି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ଜନହିତ ପାଇଁ ଉଭୟ ପଞ୍ଚାୟତ ସମିତି ଏବଂ ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ସହାଭାଗିତାରେ ୩ ଲକ୍ଷ ଟଙ୍କା ବ୍ୟୟବରାଦ କରାଯାଇ ଗୋଷ୍ଠୀ ଶୌଚାଳୟ କରାଯାଇଥିଲା। ତେବେ ଏହା ଲୋକଙ୍କ ହିତ ପାଇଁ କୌଣସି ସୁବିଧା ସ୍ଥାନରେ ନିର୍ମାଣ କରାଯିବା ବଦଳରେ ତାକୁ ପଞ୍ଚାୟତ କାର୍ଯ୍ୟାଳୟ ପରିସର ମଧ୍ୟରେ ନିର୍ମାଣ କରାଯାଇଛି। ଯାହାକି ଲୋକଙ୍କ କାର୍ଯ୍ୟରେ ଆସିବା ସମ୍ଭବ ନୁହଁ ବୋଲି ଅଭିଯୋଗ ହେଉଛି। ସେହିପରି ଏହାର ଅର୍ଥକୁ ତୋଷାରପାତ କରାଯାଇଥିବା ସନ୍ଦେହ ଉପୁଜୁଥିବା ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି।

ପ୍ରକାଶ ଯେ, ଉକ୍ତ ଶୌଚାଳୟ ନିର୍ମାଣ ପାଇଁ ପଞ୍ଚାୟତ ସମିତି ୨ ଲକ୍ଷ ୧୦ ଏବଂ ପଞ୍ଚାୟତ ୯୦ ହଜାର ଅର୍ଥ ବ୍ୟାୟବରାଦ କରିବାକୁ ରହିଥିବା ପଞ୍ଚାୟତ ନିର୍ବାହୀ ଅଧିକାରୀ ପ୍ରଭାତ ପ୍ରଧାନ କହିଛନ୍ତି। ସେ ଏଠାରେ ନିଯୁକ୍ତି ପାଇବା ପୂର୍ବରୁ ଉକ୍ତ କାର୍ଯ୍ୟ କରାଯାଇଥିବା ବେଳେ ତାହା ଆହୁରି ସମ୍ପୂର୍ଣ୍ଣ ହୋଇ ନ ଥିବା ଓ ତତ୍କାଳ ଗ୍ରାମ ରୋଜଗାର ସେବକ ଉକ୍ତ କାର୍ଯ୍ୟ କରିଥିବା ସେ କହିଛନ୍ତି। ତେବେ କାହା ସ୍ବାର୍ଥରେ ଉକ୍ତ ଗୋଷ୍ଠୀ ଶୌଚାଳୟ ନିର୍ମାଣ କରାଯାଇଥିଲା। ତାକୁ କାହିଁକି ସମ୍ପୂର୍ଣ୍ଣ କରି ଲୋକାର୍ପଣ କରାଯାଉନାହିଁ ସେନେଇ ତଦନ୍ତ ପାଇଁ ଦାବି ହେଉଛି। ଉକ୍ତ ଗୋଷ୍ଠୀ ଶୌଚାଳୟ ଲୋକାର୍ପଣ କରାଗଲେ ଦିବ୍ୟାଙ୍ଗ, ମହିଳା ଓ ପୁରୁଷ ସମସ୍ତଙ୍କ ପାଇଁ ଏହା ସୁବିଧା ହୋଇପାରିବ ବୋଲି ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଆରେ ଓଡ଼ିଆ ଯୁବକଙ୍କୁ ହତ୍ୟା

ରାଇଆ(ଗୋଆ)/ ଜୁନାଗଡ଼(ଉତ୍ତମ ଦାସ),୧୬।୪: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଗୌଡ଼ଛେଣ୍ଡିଆ ଗ୍ରାମର ଖଗେଶ୍ୱର ଶବର(୩୮) ଦିନ ମଜୁରିଆ କାମ କରିବାକୁ ଗୋଆ ଯାଇଥିଲେ। ସେଠାରେ ଏକ...

ପୂର୍ବତନ ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୪ ଗିରଫ

ଧର୍ମଶାଳା/କାଏମା,୧୬।୪(ବଟକୃଷ୍ଣ ପରିଡ଼ା/ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କୁ ଆକ୍ରମଣ ଘଟଣାରେ ପୋଲିସ ମଙ୍ଗଳବାର ୪ ଜଣଙ୍କୁ ଗିରଫ କରିଛି।...

Tariff War:ଚାଇନା ଉପରେ ୨୪୫% ଟାରିଫ୍‌ ଲଗାଇବାକୁ ଘୋଷଣା କଲା ଆମେରିକା

ଓ୍ବାଶିଂଟନ,୧୬।୪: ଚାଇନା ଏବଂ ଆମେରିକା ମଧ୍ୟରେ ଟାରିଫ୍‌ ଓ୍ବାର୍‌ ଥମିବାର ନାଁ ଧରୁନି। ବୁଧବାର ହ୍ବାଇଟ ହାଉସ ଦ୍ୱାରା ଜାରି ଏକ ଦଲିଲରେ କୁହାଯାଇଛି,ଆମେରିକା ବିରୋଧରେ...

ନାମାଙ୍କନ ଭରିବେ ନବୀନ: ପୁଣି ହେବେ ସଭାପତି

ଭୁବନେଶ୍ୱର,୧୬।୪: କାଲି ନାମାଙ୍କନ ଭରିବେ ନବୀନ। ବିଜେଡି ସଭାପତି ପଦ ପାଇଁ ପୁଣି ନାମାଙ୍କନ ଭରିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୯ ତାରିଖରେ...

ଗର୍ଲଫ୍ରେଣ୍ଡଙ୍କ ସହ ବାଗେଶ୍ୱର ବାବାଙ୍କ ଶରଣ ପଶିଲେ ଶିଖର ଧାଓ୍ବନ

ମୁମ୍ବାଇ,୧୬।୪: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ବର୍ତ୍ତମାନ ତାଙ୍କ ନୂତନ ପ୍ରେମିକାଙ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଧାୱନ ସୋଫି ସାଇନଙ୍କୁ ଡେଟ କରୁଛନ୍ତି। ଉଭୟଙ୍କୁ...

ଭୁବନେଶ୍ବରରେ ଅଖିଳେଶ ଯାଦବ: ବଢ଼ୁଛି ରାଜନୈତିକ ଚର୍ଚ୍ଚା

ଭୁବନେଶ୍ୱର,୧୬।୪: ଭୁବନେଶ୍ବରରେ ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ପହଞ୍ଚିଛନ୍ତି। ତାଙ୍କ ସହ ସ୍ତ୍ରୀ ଏମ୍‌ପି ଡିମ୍ପଲ ଯାଦବ ମଧ୍ୟ ଅଛନ୍ତି। ପୁରୀ ଯାଇ ମହାପ୍ରଭୁଙ୍କୁ...

ଭଉଣୀଙ୍କୁ ଛାଡ଼ି ଫେରୁଥିଲେ, ଅଧାବାଟରେ ଗଲା ଭାଇ ଜୀବନ

ମୋହନା,୧୬।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଛତାଭରି ଗାଁରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌ ସହ ବାଇକ୍‌ ମୁହଁାମୁହିଁ ଧକ୍କା ହେବାଫଳରେ ଜଣଙ୍କ...

ପୋଲିସ ଏନକାଉଣ୍ଟରରେ ଗଡ଼ିଲା ଦୁଇ ଟପ୍‌ କ୍ୟାଡର ମାଓବାଦୀଙ୍କ ମୁଣ୍ଡ : ୧୩ ଲକ୍ଷର ଥିଲା

ମାଲକାନଗିରି,୧୬।୪(ଦୁର୍ଯ୍ୟୋଧନ ପାତ୍ର): ପୁଣି ପୋଲିସ ଏନକାଉଣ୍ଟରରେ ଦୁଇ ଟପ୍‌ କ୍ୟାଡର ମାଓବାଦୀଙ୍କ ମୁଣ୍ଡ ଗଡ଼ିଛି। ଛତିଶଗଡ଼ର କୋଣ୍ଡାଗାଓଁ ଜିଲାର କିଲମ ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image