ଜବରଦଖଲ ଉଚ୍ଛେଦରେ ପ୍ରଶାସନର ପଛଘୁଞ୍ଚା

ଦେବଗଡ଼,୩।୪(ଡି.ଏନ୍‌.ଏ.): ଦେବଗଡ଼ ସହର କଲେଜ ରୋଡ ଶନି ମନ୍ଦିର ନିକଟ ଷୋହଳ ବଖରି କଟା (ପୋଖରୀ) ଉନ୍ନତିକରଣ କରାଯାଉଛି। ହେଲେ ଏହି ପୋଖରୀର କିଛି ଜାଗାକୁ କେତେଜଣ ବ୍ୟକ୍ତି ଜବରଦଖଲ କରିରଖିଛନ୍ତି। ଫଳରେ ଆଗକୁ ଉନ୍ନତିକରଣ କାର୍ଯ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେବା ଆଶଙ୍କା ରହିଛି। ଏହି ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ ପକ୍ଷରୁ ୨ମାସ ପୂର୍ବେ ପୋଖରୀ ଏରିଆ ଚିହ୍ନଟ କରାଯାଇଥିଲା। ଜବରଦଖଲ କରିଥିବା ବ୍ୟକ୍ତିଙ୍କୁ ଜାଗା ଛାଡ଼ିବାକୁ କୁହାଯାଇଥିଲା। ସେମାନଙ୍କୁ ଦିଆଯାଇଥିବା ସମୟ ମଧ୍ୟ ଅତିକ୍ରମ ହୋଇଯାଇଛି। ମାତ୍ର ପ୍ରଶାସନ ପକ୍ଷରୁ ଆଜି ପର୍ଯ୍ୟନ୍ତ ଜବରଦଖଲ ଉଚ୍ଛେଦ କରାଯାଇପାରିନାହିଁ। ଜବରଦଖଲ ଉଚ୍ଛେଦରେ ପ୍ରଶାସନର ପଛଘୁଞ୍ଚା ନୀତି ଦେଖିବାକୁ ମିଳିଛି। ଜବରଦଖଲକାରୀ ବ୍ୟକ୍ତିମାନେ ଉପର ସ୍ତରରେ ଚାପ ସୃଷ୍ଟି କରୁଛନ୍ତି। ଉପର ସ୍ତରରୁ ଚାପ ପଡ଼ିବା ଯୋଗୁ ପ୍ରଶାସନ ଜବରଦଖଲ ଉଚ୍ଛେଦ କରୁନାହିଁ ବୋଲି ପ୍ରଶ୍ନ ଉଠୁଛି। ଯଦି ଉପରସ୍ତରରୁ ଚାପ ନାହିଁ ତେବେ ପ୍ରଶାସନ ପକ୍ଷରୁ ପୋଖରୀ ଜାଗାରୁ ଜବରଦଖଲ ଉଚ୍ଛେଦରେ ବିଳମ୍ବ କାହିଁକି ହେଉଛି ବୋଲି ବୁଦ୍ଧିଜୀବୀ ମହଲରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ଗତ ଜାନୁୟାରୀ ୩୧ରେ ଜିଲାପାଳ ସୋମେଶ କୁମାର ଉପାଧ୍ୟାୟ କଟା ନିକଟକୁ ଯାଇ କାର୍ଯ୍ୟ ତଦାରଖ କରିଥିଲେ। ଏଥିସହିତ ଉକ୍ତ କାମକୁ ଶୀଘ୍ର ସାରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହା ପରେ ଫେବୃୟାରୀ ୩ରେ ତହସିଲଦାର ଏଜଲିନ ବାରା, ପୌର ନିର୍ବାହୀ ଅଧିକାରୀ ତପନ କୁମାର ମହାପାତ୍ର, ଦେବଗଡ଼ ଆର୍‌ଆଇ ସଞ୍ଜିବ ବେହେରା, ବିଭାଗୀୟ ଏସଡିଓ ଚିତ୍ତରଞ୍ଜନ ନାଏକ, ସ୍ଥାନୀୟ ବୁଦ୍ଧିଜୀବୀ ଓ ପ୍ରଶାସନିକ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ ଚିହ୍ନଟ ପ୍ରକ୍ରିୟା ଆରମ୍ଭ କରିଥିଲେ। ପୋଖରୀର ୭ଏକର ୩୨ ଡିସିମିଲ ଏରିଆ ଥିବାବେଳେ କିଛି ଏରିଆ ସ୍ଥାନୀୟ ଲୋକେ ଜବରଦଖଲ କରିଥିବା ଜଣାପଡ଼ିଥିଲା। ପୂର୍ବତନ ପୌରାଧ୍ୟକ୍ଷାଙ୍କ ସମେତ ସ୍ଥାନୀୟ ଲୋକେ ପାଖାପାଖି ୨ରୁ ଊର୍ଦ୍ଧ୍ୱ ଏକର ଜବର ଦଖଲ କରିଥିବାବେଳେ ଏଥିରେ ଘର, ବଗିଚା, ପାଇଖାନା ଘର କରି ଦେଇଥିବା ଦେଖିବାକୁ ମିଳିଛି। ଫଳରେ ସେମାନେ ଜବରଦଖଲ ନ ଛାଡ଼ିବାକୁ ଉପରସ୍ତରରେ ଚାପ ପକାଉଛନ୍ତି ବୋଲି କୁହାଯାଉଛି। ଉକ୍ତ ଜବରଦଖଲ ଜାଗାର ମୂଲ୍ୟ ଆନୁମାନିକ ୫ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ହେବ। ଅନ୍ୟପକ୍ଷରେ ଆଗାମୀ ଦିନରେ ପ୍ରଶାସନ ପକ୍ଷରୁ ଯଦି ଉଚ୍ଛେଦ କରା ନ ଯାଏ, ତାହା ହେଲେ ବିଭିନ୍ନ ସଙ୍ଗଠନ ପକ୍ଷରୁ ଆନ୍ଦୋଳନ କରାଯିବ ବୋଲି ସୂଚନା ମିଳିଛି।
ସୂଚନା ଥାଉ କି ସହର ମଧ୍ୟସ୍ଥଳୀରେ ଥିବା ଏହି କଟା (ପୋଖରୀ)ରେ ପୂର୍ବରୁ ଜଳସ୍ରୋତ ପ୍ରଚୁର ଥିବାରୁ ଆଖପାଖ ସାହିବାସିନ୍ଦାଙ୍କ କେବେବି ପାଣିର ଅସୁବିଧା ହେଉ ନ ଥିଲା। କିନ୍ତୁ ଦୀର୍ଘ ବର୍ଷ ହେବ ଏହି କଟା ଜରାଜୀର୍ଣ୍ଣ ଅବସ୍ଥାରେ ପଡିରହିଛି। ଫଳରେ ସ୍ଥାନୀୟ ବାସିନ୍ଦା ଖରା ମାସରେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। କିନ୍ତୁ ବର୍ତ୍ତମାନ ଉକ୍ତ ଷୋହଳ ବଖରି କଟା ଉନ୍ନତିକରଣ ପାଇଁ ୨.୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଆସିଛି। ଫଳରେ ସହରବାସୀ ଖୁସି ଥିବାବେଳେ ଉକ୍ତ କଟା କାମ ଶେଷ ହୋଇପାରୁନି। ଜବରଦଖଲ ଏଥିରେ ଅନ୍ତରାୟ ସୃଷ୍ଟି କରୁଛି। ଜବରଦଖଲ କରିଥିବା ଲୋକଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାହାଡ଼ରେ ମରି ପଡ଼ିଛନ୍ତି ୫ ଠେକୁଆ

ରାୟଗଡ଼ା,୨୩ା୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସଦରମହକୁମାସ୍ଥିତ ପ୍ରେମ ପାହାଡ଼ରେ ବୁଧବାର ସମୟରେ ୫ଟି ଠେକୁଆ ମରିପଡ଼ିଥିବା ଦେଖିବାକୁ ମଳିଥିଲା। ତେବେ ପ୍ରେମ ପାହାଡ଼ରେ କେବେ ଠେକୁଆଙ୍କୁ...

ପୋଖରୀରେ ବୁଡ଼ିଗଲେ ୨ ଦିବ୍ୟାଙ୍ଗ ଯୁବତୀ

ଶେରଗଡ଼/ହିଞ୍ଜିଳିକାଟୁ,୨୩।୪(ସୂର୍ଯ୍ୟନାରାୟଣ ଦାଶ/ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ହିଞ୍ଜିଳି ଥାନା ନରେନ୍ଦ୍ରପୁର ଗ୍ରାମ ପୋଖରୀରେ ବୁଡ଼ି ବୁଧବାର ୨ ଦିବ୍ୟାଙ୍ଗ ଯୁବତୀଙ୍କ ମୃତ୍ୟୁ ଘଟିଛି।...

ଖେମୁଣ୍ଡି କଲେଜ ଛାତ୍ରୀଛାତ୍ରଙ୍କ ସଫଳତା, ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ଶୀତଲ-ପୁଷ୍ପାଞ୍ଜଳି

ଦିଗପହଣ୍ଡି,୨୩ା୪(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ସ୍ନାତକ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ବିଭିନ୍ନ ବିଭାଗରେ ଖେମୁଣ୍ଡି କଲେଜର ୧୨ ଜଣ ଛାତ୍ରୀଛାତ୍ର ବିଶବିଦ୍ୟାଳୟର...

ରାଜ୍ୟ ସରକାରଙ୍କୁ ଲାଭାଂଶ ବାବଦରେ ୪ ନିଗମ ଦେଲେ ୨୦୬ କୋଟି ଟଙ୍କା

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର): ରାଜ୍ୟ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଅଧୀନ ଓଡ଼ିଶା କୃଷି ଶିଳ୍ପ ନିଗମ, ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଏବଂ...

ଗଞ୍ଜେଇ ଗାଡ଼ି ଛାଡ଼ି ଚାଳକ ଚମ୍ପଟ

ଦାରିଙ୍ଗବାଡ଼ି,୨୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସକୁ ମିଳିଛି ବଡ଼ ସଫଳତା, ଗଞ୍ଜେଇ ଭର୍ତ୍ତି ମିନିଟ୍ରକକୁ ପୋଲିସ ଜବତ କରିଛି। ୨୭୦ କେଜି ଗଞ୍ଜେଇ ଜବତ...

ପହଲଗାମ୍‌ ଶହୀଦଙ୍କ ସ୍ମୃତିରେ କ୍ୟାଣ୍ଡେଲ ଶୋଭାଯାତ୍ରା

ଭଞ୍ଜନଗର,୨୩ା୪(ବାବୁଲା ପ୍ରଧାନ): ଜମ୍ମୁ-କଶ୍ମୀରର ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ଅନେକ ପର୍ଯ୍ୟଟକ ଶହୀଦ ହୋଇଛନ୍ତି। ଏଥିସହ ଅନେକ ଆହତ ହୋଇ ଏବେ ବି ମେଡିକାଲ ରେ ଚିକିତ୍ସିତ...

BCCIର ବଡ଼ ନିଷ୍ପତ୍ତି: ଚିୟର ଗର୍ଲ, ଆତସବାଜୀ ବିନା ହେବ ଆଜିର IPL ମ୍ୟାଚ

ନୂଆଦିଲ୍ଲୀ,୨୩।୪: SRH Vs MI ଖେଳାଳିଙ୍କ ହାତରେ କଳା ପଟି। IPL ୨୦୨୫ର ୪୧ତମ ମ୍ୟାଚ ଆଜି ଅର୍ଥାତ୍‌ ୨୩ ଏପ୍ରିଲରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ...

ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି ପାଗଳ ମାଙ୍କଡ଼, ଧରିବା ପାଇଁ ନାମେଦମ୍‌ ହେଲାଣି ବନ ବିଭାଗ

ଗଞ୍ଜାମ,୨୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ମାଙ୍କଡ଼ ଆତଙ୍କରେ ଲୋକେ ଅତିଷ୍ଠ ହୋଇ ପଡ଼ିଲେଣି । ଗତକାଲି ଏକ ପାତି ମାଙ୍କଡ଼ କାମୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image