ଆଜି ଓଡ଼ିଶା ଆସୁଛନ୍ତି ଆନ୍ଧ୍ର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ.ଏସ୍‌. ଜଗନମୋହନ ରେଡ୍ଡୀ ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାରେ ଲୋକସେବା ଭବନରେ ସାକ୍ଷାତ କରିବେ। ଏହି ଆଲୋଚନା ମାଧ୍ୟମରେ ୨ ରାଜ୍ୟ ମଧ୍ୟରେ ଥିବା ସୀମା, ଭାଷା ଓ ଜଳ ବିବାଦର ଆପୋସ ସମାଧାନର ବାଟ ବାହାରିବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଶାବ୍ୟକ୍ତ କରିଛନ୍ତି। ତେବେ ଆଲୋଚନା ସମୟରେ କୋଟିଆ ପ୍ରସଙ୍ଗକୁ ମୁଖ୍ୟମନ୍ତ୍ରୀ ଉପସ୍ଥାପନ କରନ୍ତୁ ବୋଲି ବିଭିନ୍ନ ସ୍ତରରୁ ଦାବି ଉଠିଛି।
ଧର୍ମେନ୍ଦ୍ର ସୋମବାର ଟୁଇଟ୍‌ କରି କହିଛନ୍ତି, ନବୀନଙ୍କୁ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ସାକ୍ଷାତ୍‌ କରିବା କାର୍ଯ୍ୟକ୍ରମ ରହିଥିବା ଗଣମାଧ୍ୟମରୁ ଜାଣିବାକୁ ପାଇଲି। ଏହି ବୈଠକରେ ସୀମା, ଭାଷା ଓ ଜଳ ବିବାଦ ସହ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇପାରେ। ସେହି ଦୃଷ୍ଟିରୁ ଏହି ବୈଠକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଗତ ସେପ୍ଟେମ୍ବର ୨୨ରେ ସୀମା ବିବାଦ ଏବଂ ଗତ ଅକ୍ଟୋବର ୧ରେ ଓଡ଼ିଆ ଭାଷାର ସୁରକ୍ଷା ପାଇଁ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଦୁଇଥର ସେ ଚିଠି ଲେଖିଥଲେ। ପରବର୍ତ୍ତୀ ସମୟରେ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ସୀମା ବିବାଦ ବିଷୟରେ ଅବଗତ କରାଇଥିଲେ। ଗଣତନ୍ତ୍ରରେ ଆପୋସ ବୁଝାମଣା ଏବଂ ଆଲୋଚନା ମାଧ୍ୟମରେ ଅନେକ ବିବାଦର ସମାଧାନ ହୋଇପାରିଛି। ୨ ରାଜ୍ୟ ମଧ୍ୟରେ ସର୍ବୋଚ୍ଚ ରାଜନୈତିକ ସ୍ତରରେ ହେଉଥିବା ଆଲୋଚନା ମାଧ୍ୟମରେ ସୀମା, ଭାଷା ଓ ଜଳ ବିବାଦର ଆପୋସ ସମାଧାନର ବାଟ ବାହାରିବ ବୋଲି ଆଶା ଥିବା ସେ କହିଛନ୍ତି।
ସୂଚନାଯୋଗ୍ୟ, ଗତ ସେପ୍ଟେମ୍ବର ୨୨ରେ ଓଡ଼ିଶା ସୀମାବର୍ତ୍ତୀ ଜିଲା କୋରାପୁଟ ଏବଂ ଗଜପତିରେ ସୃଷ୍ଟି ହୋଇଥିବା ସୀମା ବିବାଦର ଆପୋସ ସମାଧାନ ପାଇଁ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ବ୍ୟକ୍ତିଗତ ହସ୍ତକ୍ଷେପ କରିବା ପାଇଁ ଅନୁରୋଧ କରିଥିଲେ। ରାଜ୍ୟବାସୀଙ୍କ ସ୍ବାର୍ଥ ଦୃଷ୍ଟିରୁ ଆନ୍ଧ୍ର ଏବଂ ଓଡ଼ିଶା
ଆଜି ଓଡ଼ିଶା…
ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ଓ ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବ କିମ୍ବା ଉନ୍ନୟନ କମିଶନରଙ୍କ ସ୍ତରରେ ଯୁଗ୍ମ କାର୍ଯ୍ୟକାରୀ କମିଟି ଗଠନ କରିବାକୁ ଜଗନଙ୍କୁ ପ୍ରସ୍ତାବ ଦେଇଥିଲେ। ସେହିପରି ଅକ୍ଟୋବର ପହିଲାରେ ମଧ୍ୟ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ଅନ୍ୟ ଏକ ପୃଥକ୍‌ ଚିଠି ଲେଖି ଆନ୍ଧ୍ରପ୍ରଦେଶର ସୀମାନ୍ତବର୍ତ୍ତୀ ଗ୍ରାମଗୁଡ଼ିକରେ ଓଡ଼ିଆ ଭାଷାଭିତ୍ତିକ ଶିକ୍ଷା ସମ୍ବନ୍ଧୀୟ ସମସ୍ୟାର ସମାଧାନ ପାଇଁ ଅନୁରୋଧ କରିଥିଲେ। ବିଶେଷତଃ ଓଡ଼ିଶା-ଆନ୍ଧ୍ର ସୀମାରେ ଥିବା ଗାଁର ସଂଖ୍ୟାଲଘୁ ଛାତ୍ରୀଛାତ୍ରଙ୍କ ସ୍ବାର୍ଥ ଦୃଷ୍ଟିରୁ ବ୍ୟକ୍ତିଗତ ସ୍ତରରେ ହସ୍ତକ୍ଷେପ କରନ୍ତୁ ଏବଂ ତ୍ୱରିତ ପଦକ୍ଷେପ ନେଇ ଉଭୟ ରାଜ୍ୟ ମଧ୍ୟରେ ବୁଝାମଣା କରିବାକୁ ଅନୁରୋଧ କରିଥିଲେ। ଏତଦବ୍ୟତୀତ କେନ୍ଦ୍ରମନ୍ତ୍ରୀ ଅନେକ ସମୟରେ ନବୀନଙ୍କୁ ମଧ୍ୟ ଓଡ଼ିଶା ଓ ଆନ୍ଧ୍ର ସୀମା ବିବାଦର ସମାଧାନ ପାଇଁ ବ୍ୟକ୍ତିଗତ ସ୍ତରରେ ପଦକ୍ଷେପ ନେବାକୁ ସେ ବାରମ୍ବାର ଅନୁରୋଧ କରିଛନ୍ତି। ୨୦୧୮ ଏପ୍ରିଲ ୯ ରେ ମଧ୍ୟ କୋରାପୁଟ ଜିଲା ଗସ୍ତରେ ଯାଇ କୋଟିଆ ଗ୍ରାମର ଲୋକଙ୍କ ସହ ସାକ୍ଷାତ୍‌ ଆଲୋଚନା କରି ସେତେବେଳେ ରାଜ୍ୟ ସରକାରଙ୍କୁ ଆପୋସ ଆଲୋଚନା ମାଧ୍ୟମରେ ଏହି ସମସ୍ୟାର ସମାଧାନ ପାଇଁ ସେ ପରାମର୍ଶ ଦେଇଥିବା ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଦିନିଆ ବର୍ଷା ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୪/୧(ଅନିଲ ଦାସ):ରାଜ୍ୟ ସରକାର ଗତ ଡିସେମ୍ବରରେ ହୋଇଥିବା ‘ଅଦିନିଆ ବର୍ଷା’କୁ ପ୍ରାକୃତିକ ବିପର୍ଯ୍ୟୟ ଭାବେ ଘୋଷଣା କରିଛନ୍ତି। ଅଦିନିଆ ବର୍ଷା ଯୋଗୁ ବ୍ୟାପକ ଫସଲ କ୍ଷୟକ୍ଷତିକୁ...

ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦ ୬ରେ ବିଜେଡିର ଗଣବିକ୍ଷୋଭ

ଭୁବନେଶ୍ୱର,୩ା୧(ଅନିଲ ଦାସ): ଅତ୍ୟାବଶ୍ୟକ ଜିନିଷର ଅହେତୁକ ଦରବୃଦ୍ଧି ଜନସାଧାରଣଙ୍କୁ ଅତିଷ୍ଠ କଲାଣି ଓ ରାଜ୍ୟ ସରକାର ଦରଦାମ୍‌ ନିୟନ୍ତ୍ରଣ କରିବାରେ ବିଫଳ ହୋଇଛନ୍ତି ବୋଲି ବିଜେଡି...

ବରଗଡ ଧନୁଯାତ୍ରା ମହୋତ୍ସବ ଉଦଘାଟିତ: ଉଗ୍ରସେନ ଗାଦିଚ୍ୟୁତ, ଚାଲିଲା କଂସ ରାଜୁତି

ବରଗଡ଼, ୩।୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ସନ୍ଧ୍ୟା ୭ଟା ୩୦ ମିନିଟରେ ଉଦଘାଟିତ ହେଇଛି। ବରଗଡ଼ ଲୋକସଭା ସାଂସଦ...

ପ୍ରୋଟକଲ୍‌ ଭାଙ୍ଗିଲେ ମୁଖମନ୍ତ୍ରୀ: ନାନୋ ଚଲାଇଲେ କେଭି ସିଂହଦେ, ପାଖରେ ମୋହନ

ଭୁବନେଶ୍ୱର,୩।୧: କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ଶୁକ୍ରବାର ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳଛି। ମୁଖ୍ୟମନ୍ତ୍ରୀ ମୋହନ ମାଝି ନାନୋ କାରରେ ବସି ବରମୁଣ୍ଡା ପଡିଆରୁ ଲୋକସେବା...

ଜାତୀୟ ଖୋ ଖୋ ଟିମ୍‌ର ପ୍ରଯୋଜକ ହେବେ ଓଡ଼ିଶା ସରକାର

ଭୁବନେଶ୍ୱର, ୩।୧: ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ । ଓଡିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ପ୍ରୋତ୍ସାହନ।...

ସୁଭଦ୍ରାକୁ ନେଇ ବଡ଼ ଖବର, ଏକାଠି ମିଳିବ ୨ଟି କିସ୍ତି

ଭୁବନେଶ୍ୱର,୩।୧: ସୁଭଦ୍ରାକୁ ନେଇ ଆସିଛି ବଡ଼ ଖବର। ‘ସୁଭଦ୍ରା’ ଆବେଦନକୁ ନେଇ ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି। ଏଣିକି ୨ଟି କିସ୍ତି ଏକାଠି ମିଳିବ। ରାଜ୍ୟ...

ବାଜିଲା କ୍ୟାବିନେଟ୍‌ ମୋହର: ଏଣିକି ୩୫୦୦ ଟଙ୍କା ଭତ୍ତା ପାଇବେ…

ଭୁବନେଶ୍ୱର,୩।୧:ବାଜିଲା ମୋହର। ବଢ଼ିଲା ଭତ୍ତା। ଏଣିକି ୮୦ ବର୍ଷରୁ ଅଧିକ ବୟସ୍କ ଏବଂ ୮୦%ରୁ ଅଧିକ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ମାସିକ ୩,୫୦୦ ଟଙ୍କା ଭତ୍ତା ମିଳିବ।...

ବଜେଟ୍ ପାଇଁ ସାଧାରଣ ଲୋକଙ୍କଠାରୁ ପାରମର୍ଶ ମାଗିଲେ ସରକାର, ଦିଅନ୍ତୁ ନିଜର ମତାମତ

ଭୁବନେଶ୍ୱର,୩।୧: ଅର୍ଥ ବିଭାଗ ସମାଜର ବିଭିନ୍ନ ବର୍ଗର ପ୍ରତିନିଧ୍ ମାନଙ୍କର ମତାମତ ନେଇ ବିଜେଟ୍‌ର ପୂର୍ବ ପ୍ରସ୍ତୁତି କରିଆସୁଛନ୍ତି । ବିଗତ ବର୍ଷ ମାନଙ୍କରେ ବଜେଟ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri