ଆକ୍ରମଣ ମହଙ୍ଗା ପଡିଲା: ଆଜିଠୁ ଏନିମଲ୍ ରୋବୋଟିକ୍ ଶୋ ବନ୍ଦ

ମଥୁରାନଗରୀ, ୧୧।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ଉପଲକ୍ଷେ ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡିଆରେ ମୀନାବଜାର ସମେତ ବିଭିନ୍ନ ଷ୍ଟଲ ଚାଲିଛି। ତେବେ ପଡିଆର କେନ୍ଦ୍ରଭାଗରେ ଚାଲିଥିବା ଏନିମଲ୍ ରୋବୋଟିକ୍ ଶୋରେ ଦର୍ଶକଙ୍କୁ ଧନୁଯାତ୍ରା ବଦଳରେ କଟକ ବାଲିଯାତ୍ରା ନାମରେ ଟିକେଟ୍ ବିକ୍ରିକୁ ଶୁକ୍ରବାର ପଶ୍ଚିମ ଓଡ଼ିଶା ଯୁବାମଞ୍ଚ ବିରୋଧ କରିଥିଲା। ଏହି ସମୟରେ ସେଠାରେ ପଶ୍ଚିମ ଓଡ଼ିଶା ଯୁବାମଞ୍ଚ କର୍ମୀଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିଲା। ଏ ନେଇ ଅଭିଯୋଗ ହେବା ପରେ ଶନିବାର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୈଠକ ବସିଥିଲା। ବୈଠକର ନିଷ୍ପତ୍ତି ଅନୁଯାୟୀ ଶନିବାରରୁ ଜର୍ଜ ହାଇସ୍କୁଲ ପଡିଆରେ ଚାଲିଥିବା ଏନିମଲ ରୋବୋଟିକ୍ ଶୋକୁ ବନ୍ଦ ନିର୍ଦ୍ଦେଶ ଦିଆଯାଇଛି ବୋଲି ଉପଜିଲାପାଳ ପ୍ରସନ୍ନ କୁମାର ପାଣ୍ଡେ ସୂଚନା ଦେଇଛନ୍ତି। ସେହିପରି ପଶ୍ଚିମ ଓଡ଼ିଶା ଯୁବାମଞ୍ଚ କର୍ମୀଙ୍କ ଉପରେ ଆକ୍ରମଣ କରିଥିବା ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ପାଇଁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଉପଜିଲାପାଳ କହିଛନ୍ତି। ବୈଠକରେ ପଶ୍ଚିମ ଓଡ଼ିଶା ଯୁବାମଞ୍ଚ, ବରଗଡ଼ ଜିଲା ଓକିଲ ସଂଘ, ବରଗଡ଼ ସାମ୍ବାଦିକ ସଂଘ କୋଶଲ ସେନା ସମେତ ବିଭିନ୍ନ ସଂଗଠନର ପ୍ରତିନିଧି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଫୁଟ ତଳକୁ ଖସିପଡ଼ିଲା କାର୍‌: ବାଇକ୍‌ ଶୋ’ରୁମ୍‌ ମ୍ୟାନେଜରଙ୍କ ମୃତ୍ୟୁ,ଡ୍ରାଇଭର ଗୁରୁତର

ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ୧୬ ନମ୍ବର ଜାତୀୟ ରାଜପଥ ସୁକନ୍ୟା ଢାବା ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ୧୦ ଫୁଟ...

ନକଲିକୁ ଧରିଲା ଅସଲି ପୋଲିସ: ହୋମଗାର୍ଡ ଚାକିରି ଦେବାକୁ କହି ୩୦ରୁ ୪୦ ଆଶାୟୀଙ୍କୁ ଠକେଇ

କଟକ,୨।୪: କମିଶନରେଟ୍ ପୋଲିସର କଟକ ପୋଲିସ ବିଭାଗରେ ବିଭିନ୍ନ ପ୍ରକାରର ପଦବୀରେ ନିଯୁକ୍ତି ଦେବା ବାହାନାରେ ଚାକିରି ଆଶାୟୀମାନଙ୍କୁ ଠକୁଥିବା ଜଣେ ନକଲି ପୋଲିସ ଇନସପେକ୍ଟରଙ୍କୁ...

ଉଜ୍ୱଳ ଭବିଷ୍ୟତର କାମନା କରି ପିଲାଙ୍କୁ ଖଡ଼ି ଛୁଆଁଇଲେ ବରଗଡ଼ ଜିଲାପାଳ

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ଓଡ଼ିଆ ପକ୍ଷ ପାଳନର ଦ୍ୱିତୀୟ ଦିନ ବୁଧବାରରେ ରାଜ୍ୟର ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ଶିକ୍ଷାବର୍ଷରୁ ଲାଗୁ କରାଯାଇଥିବା...

ଥୁଆମୂଳ ରାମପୁରରେ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ-ଖଡ଼ିଛୁଆଁ କାର୍ଯ୍ୟକ୍ରମ

ଥୁଆମୂଳ ରାମପୁର,୨।୪(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକ ସ୍ଥିତ ସରକାରୀ ଉଚ୍ଚ ଉନ୍ନତ ପ୍ରାଥମିକ ବିଦ୍ୟାଳୟରେ ବ୍ଳକ ଗୋଷ୍ଠୀ ଶିକ୍ଷା ଅଧିକାରୀ ନଳିନୀ ପ୍ରଭାତୀ...

ସହକାରୀ ଯନ୍ତ୍ରୀଙ୍କ ନିଷ୍ଠାପର କାର୍ଯ୍ୟଦକ୍ଷତାକୁ ସହକର୍ମୀ-ଜନସାଧାରଣ ମନେରଖିବେ

ଜି.ଉଦୟଗିରି, ୨।୪(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବ୍ଲକର ସହକାରୀ ଯନ୍ତ୍ରୀ ବାଳକୃଷ୍ଣ ମିଶ୍ର ଓ ଭାରପ୍ରାପ୍ତ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ କୁମରମଣି...

୭୭ତମ ଭୁବନେଶ୍ୱର ପ୍ରତିଷ୍ଠା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ, ଦୁଇଦିନ ଉତ୍କଳ ମଣ୍ଡପରେ ସମାରୋହ

ଭୁବନେଶ୍ୱର,୨।୪: ଚଳିତ ବର୍ଷ ରାଜଧାନୀ ଭୁବନେଶ୍ୱରର ୭୭ ତମ ପ୍ରତିଷ୍ଠା ଦିବସ ପାଳନ କରାଯିବା ଉପଲକ୍ଷେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ...

ମଙ୍ଗଳା ପୂଜା ସାରି ଫେରିବା ବେଳେ ଟଳି ପଡ଼ିଲେ ପୂଜକ

ଆନନ୍ଦପୁର,୨।୪(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଶାସଙ୍ଗ ଗ୍ରାମରେ ବୁଧବାର ଦିନ ମଙ୍ଗଳା ପର୍ବର କଳସ ବିସର୍ଜନ ସାରି ଫେରିବା ବେଳେ ଟଳି...

ପ୍ରଥମ ସପ୍ତାହରେ ଅଭିଯୋଗ ଶୁଣାଣି ନୋହିଲା, ୭ରୁ ହେବ ଆରମ୍ଭ

କେନ୍ଦୁଝର,୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚଳିତ ଏପ୍ରିଲ ମାସ ପାଇଁ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୂଚୀ ପ୍ରକାଶ ପାଇଛି ।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image