୨୩ରେ ଅନୁଗୋଳ-ଭୁବନେଶ୍ୱର ବସ୍‌ ବନ୍ଦ

ଅନୁଗୋଳ ଅଫିସ, ୪।୧୨: କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ସମ୍ପ୍ରସାରଣ ଶେଷ ହେଉନାହିଁ। ଏପରି କି କାର୍ଯ୍ୟ ତ୍ୱରାନ୍ବିତ ହେଉ ନ ଥିବାରୁ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଫଳରେ ଏହି ରାଜପଥ ଦେଇ ଦୈନିକ ଅନୁଗୋଳରୁ କଟକ ଓ ଭୁବନେଶ୍ୱର ଯାଉଥିବା ବସ୍‌ଗୁଡ଼ିକରେ ବାରମ୍ବାର ଯାନ୍ତ୍ରିକ ତ୍ରୁଟି ଦେଖାଦେଉଛି। ଏପରି ଅବସ୍ଥାରେ କୋଭିଡ୍‌ କଟକଣା ଅନୁଯାୟୀ ଯାତ୍ରୀ ପରିବହନ କରିବା ବସ୍‌ ମାଲିକଙ୍କ ପକ୍ଷେ ସମ୍ଭବ ନୁହେଁ। ବାରମ୍ବାର ସରକାରଙ୍କ ସହ ବୈଠକ, ସମ୍ପ୍ରସାରଣ କାର୍ଯ୍ୟ କରୁଥିବା ଠିକା ସଂସ୍ଥା ସହ ଆଲୋଚନା ହୋଇଥିଲେ ମଧ୍ୟ ସୁଫଳ ମିଳୁନାହିଁ। ତେଣୁ ଆସନ୍ତା ୨୩ରେ ଅନୁଗୋଳରୁ କଟକ ଓ ଭୁବନେଶ୍ୱରକୁ ବସ୍‌ ଚଳାଚଳ ବନ୍ଦ ରଖାଯିବ। ୨୪ରୁ ବସ୍‌ ଚାଲୁ କରାଗଲେ ମଧ୍ୟ କଳା ବ୍ୟାଜ ଲଗାଯିବ। ଦାବିପୂରଣ ନ ହେଲେ ୨୦୨୨ ଜାନୁୟାରୀ ୧ରୁ ଅନୁଗୋଳରୁ କଟକ ଓ ଭୁବନେଶ୍ୱରକୁ କୌଣସି ବସ୍‌ ଗଡ଼ିବ ନାହିଁ ବୋଲି ଅଲ୍‌ ଓଡ଼ିଶା ବସ୍‌ ମାଲିକ ସଂଘ ସଭାପତି ଲୋକନାଥ ପାଣି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ରୋଗାକ୍ରାନ୍ତ ପୁଅ ପାଖରେ ପହଞ୍ଚତ୍ଲା ମେଡିକାଲ ଟିମ୍‌

କୋକସରା,୨୨ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କାଶିବାହାଲ ପଞ୍ଚାୟତ ସିଆଲଲଟି ପଡ଼ା ଗ୍ରାମର ମାନସିକ ରୋଗାକ୍ରାନ୍ତ କେଶବ ମାଝୀ (୨୮)ଙ୍କୁ ବୃଦ୍ଧା...

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ ଘଟଣା ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ନରେନ୍ଦ୍ରପୁର ଗ୍ରାମରେ ଗତ ଶନିବାର ସନ୍ଧ୍ୟାରେ ଗ୍ୟାସ୍‌ ସିଲିଣ୍ଡର ପାଇପ ଲିକରୁ ଅଗ୍ନିକାଣ୍ଡ ଘଟଣାରେ ଗୋଟିଏ ପରିବାରର ସ୍ବାମୀ,...

ଘରୁ ବୋମା ଜବତ: ପୁଅଙ୍କ ପରେ ବାପା ଗଲେ ଜେଲ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧ ନଂ ୱାର୍ଡ ମୁକ୍ତେଶ୍ୱର ଶୈବପୀଠ ସଂଲଗ୍ନ କେନାଲ ସାହିର ଏକ ଭଡ଼ା ଘରେ ରହୁଥିବା ପଦ୍ମନାଭପୁର ଗ୍ରାମର...

ଇନ୍‌ଫର୍ମର ସନ୍ଦେହରେ ୨ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨୨ା୧୧(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ ବର୍ଡର ତେଲଙ୍ଗାନା ଭେଜେଡୁ ମଣ୍ଡଳ ପେରୁ ଗ୍ରାମର ଉଇକା ରମେଶ ଏବଂ ଉଇକା ଅର୍ଜୁନଙ୍କୁ ପୋଲିସ ଇନ୍‌ଫର୍ମର ସନ୍ଦେହରେ ମାଓବାଦୀମାନେ ହତ୍ୟା କରିଛନ୍ତି।...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଦୁର୍ନୀତି ଅଭିଯୋଗର ଭିଜିଲାନ୍ସ ତଦନ୍ତ

ଭବାନୀପାଟଣା,୨୨ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପଲନା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଦୁର୍ନୀତି ହୋଇଥିବା ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ସଡ଼କ, ପିଚୁ ରାସ୍ତା ଉପରେ...

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୋହନ ସରକାର, ଅବସର ପରେ ମିଳିବ…

ଭୁବନେଶ୍ୱର,୨୨।୧୧: ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୋହନ ସରକାର। ଏଣିକି ସରକାରୀ କର୍ମଚାରୀଙ୍କୁ ଅବସର ଦିନ ପୂର୍ଣ୍ଣାଙ୍ଗ ପେନସନ ସୁନିଶ୍ଚିତ ହେବ। ଏନେଇ...

ହାଡ଼ଭଙ୍ଗା ଶୀତରେ ଥରୁଛି କଳାହାଣ୍ଡିର କଶ୍ମୀର

ଥୁଆମୂଳ ରାମପୁର, ୨୨।୧୧ (ଦୁର୍ଗା କୀର୍ତ୍ତି) : – କଳାହାଣ୍ଡି ଜିଲାର କାଶ୍ମୀର କୁହାଯାଉଥିବା ଥୁଆମୂଳ ରାମପୁର ବ୍ଲକ ଏବେ ଶୀତରେ ଥରୁଛି। ଚଳିତ ବର୍ଷ...

ଦିଲ୍ଲୀ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି, ୨୨।୧୧ (ଅରୁଣ ସାହୁ )-ଦିଲ୍ଲୀ ପ୍ରଗତି ମଇଦାନରେ ଚାଲିଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି।...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri