୮କୋଟି ଟଙ୍କାରେ ନିର୍ମିତ ବେଡ଼ାରୀ-କୂଳତୁଠି ରାସ୍ତା ୩ ମାସ ଗଲାନି

ପାଟକୁରା,୧୫ା୯(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ଅଧୀନ ବେରି ପଞ୍ଚାୟତ ବେଡାରୀ-କୁଳତୁଠି ଗ୍ରାମ ରାସ୍ତା ୮ କୋଟି ୪୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିଲା। ହେଲେ ସେହି କାମ ସରିବାର ୩ ମାସ ଯାଇନି ବେରିମଳିକ ସାହି ନିକଟରେ ଥିବା ପୋଖରୀ ପାର୍ଶ୍ୱ ରାସ୍ତା ଭୁଶୁଡ଼ି ପଡିଛି। ଏହି ପୋଖରୀ ତିନିକଡ଼ରେ ଗ୍ରାମଉନ୍ନୟନ ରାସ୍ତା ନିର୍ମାଣ ହୋଇଛି। କିନ୍ତୁ ପୋଖରୀ ପାର୍ଶ୍ୱ ପୋତାଯାଇ ନ ଥିବାରୁ ଏପରି ପରିସ୍ଥିତି ସୃଷ୍ଟି ହୋଇଥିବା ଅଭିଯୋଗ ହୋଇଛି। ପାଟକୁରାର ପୂର୍ବତନ ବିଧାୟକ ବେଦପ୍ରକାଶ ଅଗ୍ରୱାଲଙ୍କ ଉଦ୍ୟମରେ ଏହି ରାସ୍ତା ପାଇଁ ଆବଶ୍ୟକ ଅର୍ଥ ବରାଦ କରାଯାଇଥିଲା। କିନ୍ତୁ ରାସ୍ତା କାର୍ଯ୍ୟ ନିମ୍ନମାନର ହେଉଥିବାରୁ ରାସ୍ତାର ସ୍ଥାୟିତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତୁରନ୍ତ ରାସ୍ତାପାର୍ଶ୍ୱ ପୋଖରୀ ପୋତିବାକୁ ସାଧାରଣରେ ଦାବି ହେଉଛି। ରାସ୍ତା ଭୁଶୁଡ଼ି ପଡ଼ିଥିବା ଯୋଗୁ ଯାତାୟତରେ ସମସ୍ୟା ସୃଷ୍ଟି ହୋଇଛି। ଏଥିପାଇଁ ଛୋଟ ବଡ଼ ଦୁର୍ଘଟଣା ଘଟୁଛି। ଏଥିପ୍ରତି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବେଡାରୀ ଗ୍ରାମର ନଗେନ ସ୍ବାଇଁ, ଅରକ୍ଷିତ ବେହେରା, ଉପେନ୍ଦ୍ର ଦାସ, ଅଶୋକ ସାହୁ, ଗୋକୁଳାନନ୍ଦ ବେହେରା, ପୂର୍ଣ୍ଣ ଚନ୍ଦ୍ର ଜେନା ଓ ଶିବ ପ୍ରସାଦ ପଟ୍ଟନାୟକ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ...

ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଫେରିଲେନି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଅର୍ନ୍ତଗତ ସମରଝୋଳ ଗ୍ରାମ ପୋଖରୀ ପାଣିରେ ବୁଡି ସୋମବାର ଭୋର୍‌ରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ...

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ...

ପ୍ରଥମଥର ଦାରିଙ୍ଗବାଡି ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦିନିକିଆ ଗସ୍ତରେ ସୋମବାର ଓଡିଶା ରାଜ୍ୟ ଗଣ ଶିକ୍ଷା ମନ୍ତ୍ରୀ ତଥା ଅନୁସୂଚିତ ଜାତି ଜନଜାତି ଉନ୍ନୟନ ସଂଖ୍ୟା...

ଉଜୁଡା ଫସଲ ଦେଖି ଧାନ କ୍ଷେତରେ ଟଳିପଡିଲେ ଚାଷୀ

ସାକ୍ଷୀଗୋପାଳ, ୨୩।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଅଦିନିଆ ବର୍ଷା ପାଣିରେ ଧାନ ଫସଲ ପଡିଥିବା ଦେଖି ଜଣେ ଚାଷୀ ସୋମବାର ଧାନ କ୍ଷେତରେ ଟଳି ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri