ହଷ୍ଟେଲରୁ ୧୫ ଛାତ୍ର ଫେରାର ହୋଇଯିବା ଘଟଣା: ପ୍ରଧାନଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କଲେ ବିଇଓ

ବଣାଇଁ,୩୦ା୧(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ମହୁଲପଦା ଥାନା ଅନ୍ତର୍ଗତ ସିହିଡିଆ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଥିବା ଛାତ୍ରାବାସରୁ ଗତ ୨୮ ତାରିଖ ରାତିରେ ୧୫ ଜଣ ଛାତ୍ର ଏକାସାଙ୍ଗରେ ଫେରାର ହୋଇଯାଇଥିବା ଘଟଣାରେ ଗୁରୁବାର ବଣାଇଁ ବିଇଓ ସୁନୀଲ ମୁଣ୍ଡ ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଦ୍ରୌପଦୀ ସାହୁଙ୍କୁ ନିଲମ୍ବନ ଆଦେଶ ଦେଇଛନ୍ତି। ଛାତ୍ର ମିଳିବା ପରେ କାରଣ ସ୍ପଷ୍ଟ ହୋଇଥିଲା। ସମ୍ପୃକ୍ତ ବିଦ୍ୟାଳୟରେ ଥିବା ଏକ ଆଦିବାସୀ ଛାତ୍ରାବାସରେ ସମୁଦାୟ ୩୭ ଜଣ ଛାତ୍ର ରହୁଥିଲେ। ସେମାନଙ୍କ ମଧ୍ୟରୁ ତୃତୀୟ-ଚତୁର୍ଥ ଓ ପଞ୍ଚମ ଶ୍ରେଣୀର ୧୫ଜଣ କୋମଳମତି ଛାତ୍ର ସେଦିନ ରାତି ଫେରାର ହୋଇଯାଇଥିଲେ। ପରେ ପାଟ୍ରୋଲିଂ କରୁଥିବା ବାରକୋଟ ପୋଲିସ ଦ୍ୱାରା ଫେରାର ଛାତ୍ର ଉଦ୍ଧାର ହେବା ପରେ ପୋଲିସ ବିଦ୍ୟାଳୟର ଶିକ୍ଷକ ଜିମାରେ ପିଲାମାନଙ୍କୁ ଛାଡିଥିଲେ। ଗତକାଲି ଖବର ପ୍ରଚାରିତ ହେବା ପରେ ସୁନ୍ଦରଗଡ଼ ଜିଲା ଶିକ୍ଷାଧିକାରୀ ଅମୂଲ୍ୟ ପ୍ରଧାନଙ୍କ ତଦନ୍ତ ନିର୍ଦ୍ଦେଶ ପାଇ ବଣାଇଁ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ବାବୁରାମ ମହାନ୍ତ ତଦନ୍ତ କରିଥିଲେ। ତଦନ୍ତ ପରେ ସମ୍ପୃକ୍ତ ବିଦ୍ୟାଳୟ ଛାତ୍ରାବାସରେ ରହୁଥିବା ରୋଷେୟା ତଥା ପରିଚାରକ ଅମିତ କୁମାର ପାହୁଲେଙ୍କ ବ୍ୟବହାର ଭଲ ଲାଗୁ ନ ଥିଲା ତେଣୁ ପଳେଇ ଯାଇଥିଲେ ବୋଲି ସେ ସ୍ପଷ୍ଟ କରିଥିଲେ। ଅପରପକ୍ଷେ ସମ୍ପୃକ୍ତ ବିଦ୍ୟାଳୟଟି ଗଣଶିକ୍ଷା ବିଭାଗର ହୋଇଥିଲେ ମଧ୍ୟ ଛାତ୍ରାବାସଟି ଆଦିବାସୀ ଉନ୍ନୟନ ବିଭାଗର ହୋଇଥିବାରୁ ତାଙ୍କ ବିଭାଗକୁ ତଦନ୍ତ ରିପୋର୍ଟ ଦେଲା ପରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସେ କହିଥିଲେ। ଆଜି ଶିକ୍ଷା ବିଭାଗ ପକ୍ଷରୁ ବଣାଇଁ ବିଇଓ ସୁନୀଲ ମୁଣ୍ଡ ସମ୍ପୃକ୍ତ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଦ୍ରୌପଦୀ ସାହୁଙ୍କୁ କାର୍ଯ୍ୟରେ ଅବହେଳା ଦର୍ଶାଇ ନିଲମ୍ବନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ୍‌ ୧ରୁ ୧୪ଯାଏ ପାଳନ ହେବ ‘ଓଡ଼ିଆ ପକ୍ଷ’

ଭୁବନେଶ୍ୱର,୩୧ା୩: ଏପ୍ରିଲ ୧ ଓଡ଼ିଶା ଦିବସଠାରୁ ୧୪ ତାରିଖ ପଣା ସଂକ୍ରାନ୍ତି ପର୍ଯ୍ୟନ୍ତ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ‘ଓଡ଼ିଆ ପକ୍ଷ’ ପାଳନ କରାଯିବ।...

ମହାପ୍ରଭୁଙ୍କ ଦୈନନ୍ଦିନ ସେବାରେ ନିୟୋଜିତ ସେବକ ନେବେ ପ୍ରଶିକ୍ଷଣ

ପୁରୀ,୩୧।୩: ମହାପ୍ରଭୁଙ୍କ ଦୈନନ୍ଦିନ ସେବାକୁ ଆହୁରି ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୋମବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ମହାପ୍ରଭୁଙ୍କ ସେବାରେ ନିୟୋଜିତ...

କାଳବୈଶାଖୀ: କାଲିଠୁ ୫ ପର୍ଯ୍ୟନ୍ତ ଝଡ଼ବର୍ଷା, ତାତିରୁ ମିଳିବ ଆଶ୍ବସ୍ତି

ଭୁବନେଶ୍ୱର,୩୧ା୩: ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। ହେଲେ କାଲିଠୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ନେଇ ସୋମବାର...

ଲୋ-ଭୋଲଟେଜ, ବିଦ୍ୟୁତ୍‌ କାଟ ପ୍ରତିବାଦରେ ୨୭ ଘଣ୍ଟା ହେଲା ଧାରଣାରେ ଚାଷୀ

ନବରଙ୍ଗପୁର,୩୧।୩(ସଦାଶିବ ପ୍ରହରାଜ): ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। କିଛି ଦିନ ହେଲା ତାପମାତ୍ରା ୪୨ ଡିଗ୍ରୀ ଉପରେ ରହୁଛି। ଅସମ୍ଭାଳ ତାତି ସାଙ୍ଗକୁ ଗୁଳୁଗୁଳିରେ ଲୋକେ...

ଛତ୍ରପୁରରେ ଧୂମଧାମରେ ପାଳିତ ହେଲା ‘ଇଦ୍‌’: ପରସ୍ପରକୁ ଆଲିଙ୍ଗନ କରି ଅଭିବାଦନ ଜଣାଇଲେ…

ଛତ୍ରପୁର,୩୧।୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ ): ଆଜି ମୁସଲମାନ ଭାଇମାନଙ୍କ ପବିତ୍ର ରମ୍‌ଜାନ ମାସର ଶେଷ ଦିନ। ଏହି ଦିନକୁ ଇଦ୍‌ ରୁପେ ପାଳନ କରନ୍ତି, ଯାହା...

ଯୁବ ଗବେଷକଙ୍କୁ ଉତ୍ସାହିତ କରିବା ଲାଗି ପ୍ରୟାସ

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ)-ଘୁମୁସର ଗବେଷଣା ପ୍ରତିଷ୍ଠାନ (ଜିଜିପି) ତାର ୫ମ ବାର୍ଷିକ ଅଧିବେଶନ ମେ’ ଶେଷ ସପ୍ତାହରେ ପାଳନ କରିବ । ତେଣୁ ଏନେଇ ସୋମବାର ଏକ...

ଉଠାଜଳସେଚନ ପ୍ରକଳ୍ପ ଉଦ୍‌ଘାଟିତ

ପୁରୁଷୋତ୍ତମପୁର,୩୧।୩ (ସିମାଞ୍ଚଳ ମିଶ୍ର): ଚାଷୀକୂଳଙ୍କ ସୁବିଧା ସହ କ୍ଷେତକୁ ଜଳଯୋଗାଣ ଲାଗି ରାଜ୍ୟ ସରକାରଙ୍କ ଅନୁଦାନ ୧୩ ଲକ୍ଷ ଟଙ୍କାର ବ୍ୟୟ ଅଟକଳରେ ପୁରୁଷୋତ୍ତମପୁର ବ୍ଲକ...

ମରାମତି କାମ ଶେଷ: ଟ୍ରାକ୍‌ରେ ଗଡ଼ିଲା ଟ୍ରେନ୍‌

କଟକ,୩୧।୩: ବେଙ୍ଗାଲୁରୁରୁ କାମାକ୍ଷା ଅଭିମୁଖେ ଯାଉଥିବା କାମାକ୍ଷା ଏକ୍ସପ୍ରେସ୍‌ କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ରବିବାର ଲାଇନ୍‌ଚ୍ୟୁତ ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଟ୍ରେନ୍‌ର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image