କୁଆଖାଇରେ ବୁଡିଥିବା ୨ ନିଖୋଜ ଛାତ୍ରଙ୍କ ମୃତଦେ ହଉଦ୍ଧାର 

ଭୁବନେଶ୍ୱର,୧୨।୭: ଭୁବନେଶ୍ୱର ଉପକଣ୍ଠ କୁଆଖାଇ ନଦୀରେ ବୁଡ଼ି  ମଙ୍ଗଳବାରଠୁ ନିଖୋଜ ଥିବା ୨ ଛାତ୍ରଙ୍କ ମୃତଦେହ  ବୁଧବାର ସକାଳୁ ଉଦ୍ଧାର ହୋଇଛି। ମୃତକଙ୍କ ସଂଖ୍ୟା ୪ରେ ପହଞ୍ଚିଛି। ମୃତକମାନେ ହେଲେ ଆର୍ଯ୍ୟନ, ଅବିନାଶ, ରୋହିତ ଏବଂ ପ୍ରତୀକ। ଆର୍ଯ୍ୟନଙ୍କ ଘର ଜାମସେଦପୁରରେ ହୋଇଥିବା ବେଳେ ରୋହିତଙ୍କ ଘର ବାଲେଶ୍ୱରରେ । ଅବିନାଶ ଏବଂ ପ୍ରତୀକଙ୍କ ଘର କଟକରେ ବୋଲି ଜଣାପଡ଼ଛି।
ଅଗ୍ନିଶମବାହିନୀ, ଭୁବନେଶ୍ୱର ଷ୍ଟ୍ରାଇକିଂ ଫୋର୍ସ ଏବଂ ଓଡ୍ରାଫ୍ର ୩୦ ଜଣ ଉଦ୍ଧାରକାରୀ ଟିମ ସହାୟତାରେ ୨ ମୃତଦେହ ଉଦ୍ଧାର କରାଯାଇଛି । ଉଦ୍ଧାର କାର୍ଯ୍ୟରେ ୨ ଜଣ ସ୍କୁବା ଡାଇଭର ମଧ୍ୟ ସାମିଲ ହୋଇଥିଲେ ।
ମଙ୍ଗଳବାର  ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତାସ୍ଥିତଆସ୍ଥା ସ୍କୁଲ ଅଫ ମ୍ୟାନେଜମେଣ୍ଟର ୮ ଛାତ୍ର ସାଙ୍ଗ ଧବଳହାର ନିକଟକୁ ଭୋଜି କରିବାକୁ ଯାଇଥିଲେ। ଭୋଜି ଚାଲିଥିବା ସମୟରେ ସେମାନେ ଗାଧୋଇବାକୁ ନଦୀକୁ ଯାଇଥିଲେ। ନଦୀରେ ବର୍ଷା ପାଣି ପୂରିଥିବାରୁ ସାମାନ୍ୟ ସୁଅ ମଧ୍ୟ ଥିଲା। କୌଣସି କାରଣରୁ ୮ ଜଣ ଗାଧୋଉଥିବା ବେଳେ ସେଥିରୁ ୪ ଜଣ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ଏହା ଜାଣିବା ପରେ ଖୋଜାଖୋଜି କରିଥିଲେ। ହେଲେ ପାଣିରୁ କାହାରି ବି ପତ୍ତା ନ ପାଇବାରୁ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

ଭରତପୁର କାଣ୍ଡକୁ ନେଇ ବଡ଼ ଖବର: ମିଳିଗଲା ଜାମିନ୍‌

ଭୁବନେଶ୍ୱର,୨୧॥୯: ମେଜରଙ୍କ ବାନ୍ଧବୀଙ୍କୁ ଚନ୍ଦକା ରାସ୍ତାରେ ମାଡ଼ ଅଭିଯୋଗ ଘଟଣାରେ ଶନିବାର ୭ଜଣ ରୋଡ୍‌ ରୋମିଓଙ୍କୁ ଗିରଫ କରାଯାଇଥିଲା। କିନ୍ତୁ ବନ୍ଧା ହେବାର ୪ଘଣ୍ଟା ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri