ଜାତୀୟ ରାଜପଥ କଡ଼ରୁ ଅଜଣା ଯୁବକଙ୍କ ମୃତଦେହ ଜବତ: ମୁହଁରେ ରହିଛି କ୍ଷତଚିହ୍ନ

ଗୋପାଳପୁର,୧ା୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଅଧିନସ୍ଥ ୧୬ ନଂ ଜାତୀୟ ରାଜପଥ କଡ଼ରୁ ରବିବାର ଜଣେ ଅଜଣା ଯୁବକଙ୍କ ମୃତଦେହକୁ ଗୋଳନ୍ଥରା ପୋଲିସ ଜବତ କରିଛି। ଏ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ସୂଚନାନୁସାରେ, ଏହି ଥାନା ଅଧିନସ୍ଥ ଭାଲିଆଗଡ଼ ଗ୍ରାମ ନିକଟ ୧୬ନଂ ଜାତୀୟ ରାଜପଥ କଡ଼ରେ ଏକ ମୃତଦେହ ପଡ଼ିରହିଥିଲା। ଆଜି ସକାଳେ ସ୍ଥାନୀୟ ଲୋକେ ଦେଖିବା ପରେ ଗୋଳନ୍ଥରା ଥାନା ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଯୁବକଙ୍କ ମୃତଦେହ ଜବତ କରି ବ୍ରହ୍ମପୁର ବଡ଼ ମେଡିକାଲକୁ ବ୍ୟବଚ୍ଛେଦ ନିମନ୍ତେ ପଠାଇଛି। ଯୁବକଙ୍କ ପରିଚୟ ଜଣାପଡ଼ି ନ ଥିବା ବେଳେ ମୁହଁରେ ଦୁଇଟି ସ୍ଥାନରେ କ୍ଷତଚିହ୍ନ ରହିଛି। ସେ ଏକ ଟି ଶର୍ଟ ଓ କଳା ରଙ୍ଗର ପ୍ୟାଣ୍ଟ ପିନ୍ଧିଥିବା ପୋଲିସ କହିଛି। ଯୁବକଙ୍କ ପରିଚୟ ମିଳି ନ ଥିବା ବେଳେ ବ୍ୟବଚ୍ଛେଦ ପରେ ଶବଗୃହରେ ରଖାଯିବ ବୋଲି ସୂଚନା ମିଳିଛି। ଅଜଣା ଯୁବକଙ୍କ ମୃତଦେହ ଏଠାକୁ କେମିତି ଆସିଲା ସେ ନେଇ ପୋଲିସ ତଦନ୍ତ କରିବା ସହ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ସ୍ପଷ୍ଟ ହେବ ବୋଲି ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ପ୍ରବଳ ବର୍ଷା: ଭୁଶୁଡ଼ିଲା ଘର କାନ୍ଥ

ରିଷିଡ଼ା,୧୯ା୯ (ସୁଶାନ୍ତ ମଲ୍ଲିକ): ପ୍ରବଳ ବର୍ଷା ଯୋଗୁ ମାଟିକାନ୍ଥ ଭୁଶୁଡିପଡ଼ିଲା। ଫଳରେ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା...

ଗାଁ ମୁହାଁ ଭାଲୁ, ଲୋକେ ଭୟଭିତ

କୋକସରା,୧୯।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କନ୍ଦାବୁଟ୍ରା ପଞ୍ଚାୟତ ଘୁର୍ଲୁଗୁଡା ନିକଟ ଚାଷଜମିକୁ ଲାଗି ରହିଥିବା ପଡ଼ିଆରେ ଏକ ଭାଲୁ ଖାଦ୍ୟ ଅନ୍ବେଷଣରେ...

ସ୍ତ୍ରୀଙ୍କୁ ହତ୍ୟା କରି ପ୍ରମାଣ ନଷ୍ଟ ପାଇଁ ମୃତଦେହ ଆଣି ରାସ୍ତାକଡ଼ରେ ଫିଙ୍ଗିଥିଲେ ସ୍ବାମୀ: ପୋଲିସ ହାତରେ ଲାଗିଲା ବଡ଼ ପ୍ରମାଣ

କୋଣାର୍କ,୧୯।୯: କୋଣାର୍କ ରାସ୍ତାକଡ଼ରୁ ମହିଳାଙ୍କ ମୃତଦେହ ଜବତ ଘଟଣାର ପୋଲିସ ଗୁରୁବାର ପର୍ଦ୍ଦାଫାଶ କରିଛି। ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ହତ୍ୟାକାଣ୍ଡ ଘଟାଇଥିବା ଜଣାପଡିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri