ଜଙ୍ଗଲକୁ ସ୍ବାମୀଙ୍କ ସହ କାଠ ଆଣିବାକୁ ଯାଇଥିଲେ, ଝଗଡା ହେବାରୁ କଲେ ଏଭଳି କାଣ୍ଡ

ଟେନସା,୨୦।୯(ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ କୋମଣ୍ଡ ଗ୍ରାମରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ପରିଚୟ ମାଙ୍ଗରି ମୁଣ୍ଡା ବୋଲି ଜଣାପଡିଛି। ଖବରପାଇ କୋଇଡ଼ା ପୋଲିସ ଏବଂ ଓ଼ ରାଉଲକେଲା ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ନିମନ୍ତେ କୋଇଡା ଡାକ୍ତରଖାନାକୁ ପଠାଇଛି । ମୃତ୍ୟୁର କାରଣ ଅପଷ୍ଟ ଥିବାରୁ ପୋଲିସ ପଚରାଉଚରା ଜାରି ରଖିଛି ।

ସୂଚନାଯୋଗ୍ୟ, ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ କୋମଣ୍ଡ ଗ୍ରାମ ମୁର୍ଗୀଢ଼ି ମୁଣ୍ଡା ସାହିର ବୁଧୁରାମ ମୁଣ୍ଡା ଓ଼ ତାଙ୍କ ସ୍ତ୍ରୀ ମାଙ୍ଗରି ମୁଣ୍ଡାଙ୍କ ସହ କାଠପାଇଁ ଜଙ୍ଗଲ ଯାଇଥିଲେ । ସେଠାରେ ସ୍ବାମୀ ସ୍ତ୍ରୀ ମଧ୍ୟରେ କୌଣସି କାରଣକୁ ନେଇ ଝଗଡା ହୋଇଥିଲା । ବୁଧୁରାମ ମୁଣ୍ଡା କହିବା ଅନୁଯାଇ ଝଗଡା ପରେ ସେଠାରୁ କାଠଧରି ଘରକୁ ଫେରି ଆସିଥିଲେ। ସ୍ତ୍ରୀ ମାଙ୍ଗରି ମୁଣ୍ଡା ଜଙ୍ଗଳରୁ ଘରକୁ ଫେରି ନ ଥିଲେ । ଘରକୁ ଫେରିବାରେ ବିଳମ୍ବ ହେବାରୁ ବୁଧୁରାମ ମୁଣ୍ଡା ଜଙ୍ଗଲକୁ ଖୋଜିବାକୁ ଯାଇଥିଲେ। ହେଲେ ସେତେବେଳକୁ ସ୍ତ୍ରୀ ମାଙ୍ଗରି ମୁଣ୍ଡା ଗୋଟିଏ ବର ଗଛରେ ନିଜ ଶାଢୀରେ ଫାଶୀ ଲଗାଇ ଛୁଲି ପଡିଥିଲେ। ଏହା ଦେଖି ବୁଧୁରାମ ଘରକୁ ଫେରି ପଡୋଶୀଙ୍କୁ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri