ପାଠକଙ୍କ ଦ୍ୱାରା ଆଦୃତ ହୋଇଛି ‘ଦାରିଙ୍ଗବାଡି ଅଭୁଲା ସ୍ମୃତି’ ପୁସ୍ତକ

ଦାରିଙ୍ଗବାଡି, ୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ରବିବାର ସାହିତ୍ୟ କାର୍ଯ୍ୟକ୍ରମ ତଥା ପୁସ୍ତକ ସମୀକ୍ଷା ସମାରୋହ ଓ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମର ସଂଯୋଜକ ତଥା ବରିଷ୍ଠ କବି, ସାହିତି୍ୟକ ବିଦେଶୀ ନାୟକଙ୍କ ସଂଯୋଜନା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ।
ଅନ୍ୟ ଅତିଥିଙ୍କ ମଧ୍ୟରେ ତହସିଲଦାର ଶରତ ଶବର, ଆଇଆଇସି ଆନନ୍ଦ ଚନ୍ଦ୍ର ପାତ୍ର, ଆଲୋଚକ ଡ. ମଧୁସୂଦନ ମହାପାତ୍ର, ଡ. ନଳିନୀ କୁମାର ପାଣିଗ୍ରାହୀ ଯୋଗଦେଇ ପୁସ୍ତକ ‘ଦାରିଙ୍ଗବାଡି ଅଭୁଲା ସ୍ମୃତି’ ପୁସ୍ତକର ସମୀକ୍ଷା ଓ ଆଲୋଚନା କରିଥିଲେ। ଉକ୍ତ ପୁସ୍ତକ ଦାରିଙ୍ଗବାଡି ବିଡ଼ିଓ ଗଦାଧର ପାତ୍ରଙ୍କ ଦ୍ୱାରା ରଚନା କରାଯାଇଛି। ଦାରିଙ୍ଗବାଡିର ସଂସ୍କୃତି, ପରମ୍ପରା, ପର୍ଯ୍ୟଟନ, ଜଙ୍ଗଲ, ପରିବେଶ ଓ ବିଭିନ୍ନ ବିକାଶ ଓ ଅଧୁରା ରହିଯାଇଥିବା ବିଭିନ୍ନ କ୍ଷେତ୍ରର ବିକାଶ ଆଦି ସମ୍ପର୍କରେ ଉଲ୍ଲେଖ କରାଯାଇଛି ସେ ସମ୍ପର୍କରେ ଜଣେ ପ୍ରଶାସନିକ ଅଧିକାରୀଙ୍କ ଅବଦାନ ଓ ଅଭୁଲା ସ୍ମୃତିକୁ ନେଇ ଉକ୍ତ ପୁସ୍ତଟିରେ ସ୍ଥାନ ଦେଇଛନ୍ତି, ଯାହାକି ପାଠକଙ୍କୁ ବହୁତ ଆଦୃତ କରୁଥିବା ଆଲୋଚକ ମାନେ ନିଜ ମତ ପ୍ରକାଶ କରିଥିଲେ।
କାର୍ଯ୍ୟକ୍ରମରେ ଅନେକ କବୟିତ୍ରୀ, କବି ସାହିତି୍ୟକ ଯୋଗଦେଇ ଦାରିଙ୍ଗବାଡି ଅଭୁଲା ସ୍ମୃତି ସମ୍ପର୍କରେ ଆଲୋଚନା କରିବା ସହ କବିତା ପାଠ କରିଥିଲେ। ଅନ୍ୟ ଅତିଥିକ ମଧ୍ୟରେ ବାଲିଗୁଡ଼ାରୁ ବରିଷ୍ଠ ଓକିଲ କୌଶିକ ସାହୁଙ୍କ ସମେତ ଫୁଲବାଣୀରୁ ରବୀନ୍ଦ୍ରନାଥ ମିଶ୍ର,ସସ୍ମିତା ପଣ୍ଡା, ଋଷିମାଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଦେବରାଜ ବଳିୟାରସିଂ,ଡିଗ୍ରୀ କଲେଜର ଅଧ୍ୟକ୍ଷ ଡ. ଭାସ୍କର ନାୟକ,ଫିରିଙ୍ଗିଆ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଚିତ୍ତରଞ୍ଜନ ମିଶ୍ର, ବନବିହାରୀ ନନ୍ଦ,ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଠ,ଜ୍ୟୋର୍ତିମୟୀ କଂହର, ଡ. ପ୍ରତାପ କୁମାର ବେହେରା,ହରପ୍ରିୟା ମିଶ୍ର,ପତିତପାବନ ରାଉତ,ପ୍ରସନ୍ନ କୁମାର ପଣ୍ଡା,ସୁସ୍ମିତା ପାତ୍ର, ଅରୁଣ କୁମାର ସାହୁ,ବିଶ୍ୱଜିତ ଜାଲି,ଅଧ୍ୟାପିକା ସସ୍ମିତା ସାମନ୍ତ ପ୍ରମୁଖ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା...

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri