ଅନୁମତି ସତ୍ତ୍ୱେ ଗଡ଼ିଲା ନାହିଁ ବସ୍‌

କଟକ ଅଫିସ, ୧୭ା୭: ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଶୁକ୍ରବାର ବସ୍‌ଷ୍ଟାଣ୍ଡରୁ ବସ୍‌ ଚଳାଚଳ ସ୍ୱାଭାବିକ ହୋଇଥାନ୍ତା। ତେବେ କଟକ ବାଦାମବାଡି ଅଞ୍ଚଳରୁ ସକାଳୁ ଗୋଟିଏ ବି ବସ୍‌ ଗଡିନାହିଁ। ବସ୍‌ ଚଳାଚଳ ନେଇ ବିଭିନ୍ନ ସମସ୍ୟା ରହିଥିବାରୁ ଏ ପ୍ରକାର ପରିସ୍ଥିତି ଉପୁଜିଥିବା ଜଣାପଡିଛି। ଦୀର୍ଘଦିନ ଧରି ବସ୍‌ ବନ୍ଦ ରହିଥିବାରୁ କର୍ମଚାରୀମାନେ ଗାଁକୁ ଚାଲି ଯାଇଛନ୍ତି। ଯେଉଁ କେତେକ କର୍ମଚାରୀ ଅଛନ୍ତି ସେମାନଙ୍କୁ ନେଇ ଗାଡି ଚଳାଇବା ସମ୍ଭବ ନୁହେଁ। ଏଭଳି ଅନେକ ସମସ୍ୟା ରହିଥିବାରୁ ବସ୍‌ ଚଳାଚଳ କରିପାରିନାହିଁ। ଏହାକୁ ନେଇ ଅଲ୍‌ ଓଡ଼ିଶା ବସ୍‌ ମାଲିକ ସଂଘ ସାଧାରଣ ସମ୍ପାଦକ ଦେବେନ୍ଦ୍ର କୁମାର ସାହୁ କହିଛନ୍ତି, ସରକାରଙ୍କ ନିଷ୍ପତ୍ତି ସ୍ବାଗତଯୋଗ୍ୟ। ମାତ୍ର କିଛି ସମସ୍ୟା ରହିଛି। ବସ୍‌ଗୁଡିକ ଦୁଇ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଚାଲି ନ ଥିବାରୁ ଏବେ ଯନ୍ତ୍ରାଂଶ ନଷ୍ଟ ହେବା ସହ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। ସେଥିପାଇଁ ଆମେ ସରକାରଙ୍କୁ ବିନା ସୁଧରେ ଏକ ଲକ୍ଷ ଟଙ୍କା ସହାୟତା ଦେବାକୁ ଜଣାଇଥିଲୁ। ସରକାର ଏ ଦିଗରେ କୌଣସି ନିଷ୍ପତ୍ତି ନେଇ ନ ଥିବାବେଳେ ମାଲିକଙ୍କ ଆର୍ଥିକ ସ୍ଥିତି ଭଲ ନ ଥିବାରୁ ସେମାନେ ବସ୍‌ଗୁଡିକର ମରାମତି ଦିଗରେ ଅସମର୍ଥ ପ୍ରକାଶ କରିଛନ୍ତି। ଜୁଲାଇ ପାଇଁ ସରକାର ଗାଡିଗୁଡିକର ରୋଡ୍‌ଟ୍ୟାକ୍ସ ଛାଡ କରିଥିବାବେଳେ ସେପ୍ଟେମ୍ବର ପର୍ଯ୍ୟନ୍ତ ଟ୍ୟାକ୍ସ ଛାଡ ପାଇଁ ସରକାରଙ୍କୁ ନିବେଦନ କରିଛୁ। ସେହିପରି ପ୍ରାୟ ବସ୍‌ଗୁଡିକର ଇନ୍‌ସ୍ୟୁରାନ୍ସ ସରିଯାଇଛି। ଏଣୁ ଗାଡିଗୁଡିକ ରାସ୍ତାକୁ ବାହାରିବା ସମ୍ଭବ ନୁହଁ। ତେଣୁ ଏହି ସମସ୍ୟା ସମ୍ପର୍କରେ ମନ୍ତ୍ରୀଙ୍କ ସହ ଶନିବାର ଆମେ ଆଲୋଚନା କରିବାକୁ ନିଷ୍ପତ୍ତି ନେଇଛୁ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଧାରଣାକୁ ଆତ୍ମହତ୍ୟା କରିବାକୁ ଯାଇଥିଲେ, ମହିଳାଙ୍କୁ ଉଦ୍ଧାର କଲେ…

ଛେଣ୍ଡିପଦା,୨୫ା୧୨ (ଅଜିତ ଧଳ)- ଅନୁଗୋଳ ଜିଲା ଜରପଡ଼ା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ରେଳ ଧାରଣାକୁ ଯାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ଜଣେ ମହିଳାଙ୍କୁ କେତେଜଣ...

ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ଘର ଆଗରେ ପୁଅ ସହ ଧାରଣାରେ ବସିଲେ ସ୍ତ୍ରୀ’

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି ଦ୍ୱିତୀୟ...

ଅନ୍ତର୍ଜାତୀୟ ସୁନ୍ଦରୀ ପ୍ରତିଯୋଗିତାରେ ଚମକିବେ କୋରାପୁଟ ଝିଅ ଅନୁଶ୍ରୀ

କୋରାପୁଟ,୨୫।୧୨(ଅମିତାଭ ବେହେରା): କୋରାପୁଟ ଭଳି ଏକ ଆଦିବାସୀ ପଛୁଆ ଜିଲାର ଝିଅ ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ହୋଇଥିବା ବିୟୁଟି କଣ୍ଟେଷ୍ଟରେ ଓଡ଼ିଶା ପାଇଁ ପ୍ରତିନିଧିତ୍ବ କରି...

ଅଢେଇ ବର୍ଷର ବିଷ୍ମୟ ବାଳକ: ପ୍ରାଞ୍ଜଳ ଭାବେ କହୁଛନ୍ତି ମନ୍ତ୍ରପାଠ ଓ ଦେଶ ବିଦେଶ କଥା

କେନ୍ଦୁଝର,୨୫।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ବୟସ ମାତ୍ର ଅଢେଇ ବର୍ଷ। ମନ୍ତ୍ରପାଠ, ସାଧାରଣ ଜ୍ଞାନ ହେଉ ଅବା ଦେଶର ଜାତୀୟ ପ୍ରତୀକ କିମ୍ବା ବିଶିଷ୍ଟ ବ୍ୟକ୍ତି...

ଦାଉ ସାଧିଛି ଅଦିନିଆ ବର୍ଷା: କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ତହସିଲଦାର

ଗଞ୍ଜାମ, ୨୫।୧୨(ବିଦ୍ୟାଧର ସାହୁ): ଗତ କିଛି ଦିନ ଧରି ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ପାଚିଲା ଧାନ ଅମଳ କରି ଘରକୁ ଆଣିବା ସମୟରେ...

ଲାଗି ରହିଛି ଲଘୁଚାପଜନିତ ଲଗାଣ ବର୍ଷା: ବିଲ ଓ ମଣ୍ଡିରେ ଭିଜିଲା ଧାନ

କୋକସରା,୨୫।୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାରେ ଲଘୁଚାପଜନିତ ବର୍ଷା ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଲାଗି ରହିଛି। ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ସକାଳ...

ବର୍ଷାକୁ ଖାତିର ନ କରି ପ୍ରଭୁ ଯୀଶୁଙ୍କ ପାଇଁ କଲେ ପ୍ରାର୍ଥନା

ବାଲିଗୁଡା,୨୫।୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଜି ସାରା ବିଶ୍ୱ ପାଳନ କରୁଛି ବଡ଼ଦିନ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡର ପ୍ରତ୍ୟେକ ବ୍ଲକ ଅଞ୍ଚଳର...

ସାଧାରଣ ଲୋକଙ୍କ ପାଖରେ ସ୍ବଚ୍ଛ ପ୍ରଶାସନ ପହଞ୍ଚାଇବା ସରକାରଙ୍କ ପ୍ରାଥମିକତା: କନକ ବର୍ଦ୍ଧନ ସିଂଦେଓ

ବଲାଙ୍ଗୀର, ୨୫।୧୨: (ସୁନିଲ କୁମାର ମହାନ୍ତି): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଅଡିଟୋରିୟମରେ ଜିଲାସ୍ତରୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri