ଭୁବନେଶ୍ୱର,୧୭ା୩(ବ୍ୟୁରୋ): ରାଜ୍ୟରେ ଶୁକ୍ରବାରଠାରୁ ବସ୍ ଚଳାଚଳ ସ୍ବାଭାବିକ ହୋଇଛି। ଘରୋଇ ବସ୍ ମାଲିକ ସଂଘ ଆନ୍ଦୋଳନରୁ ଓହରିବା ପରେ ବିଭିନ୍ନ ସ୍ଥାନକୁ ବସ୍ ଚଳାଚଳ କରିଥିବା ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ କହିଛନ୍ତି।
ସୂଚନାଯୋଗ୍ୟ, ଗୁରୁବାର ମୁଖ୍ୟ ଶାସନ ସଚିବଙ୍କ ସହ ଡ୍ରାଇଭର ସଂଘର ଆଲୋଚନା ହୋଇଥିଲା। ଏହି ଆଲୋଚନାରେ ସରକାର ୩ ମାସ ସୁଦ୍ଧା ବସ୍ ଡ୍ରାଇଭରଙ୍କ ଦାବି ପୂରଣ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ତେବେ ଆଜି ବସ୍ ଚଳାଚଳ ସ୍ବାଭାବିକ ହୋଇଛି।