କ୍ୟାନ୍‌ସର ହସ୍‌ପିଟାଲ ସମସ୍ୟା ଅସମାହିତ

ବରଗଡ଼, ୧୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଖେଦାପାଲିଠାରେ ନିର୍ମିତ କ୍ୟାନସର ହସ୍‌ପିଟାଲରେ ବହୁବିଧ ସମସ୍ୟା ଲାଗି ରହିଛି। ଏହାକୁ ନେଇ ଅଞ୍ଚଳରେ ଅସନ୍ତୋଷ ଦେଖାଯାଇଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ସିଟିଜେନ ଫୋରମର ଏକ ପ୍ରତିନିଧି ଦଳ ଜିଲା ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମ୍‌ଓ) ଡା. ନିରୁପମା ଷଡ଼ଙ୍ଗୀଙ୍କୁ ଫେରାଦ ହୋଇଥିଲେ। କ୍ୟାନସର ହସ୍‌ପିଟାଲରେ ରହିଥିବା ସମସ୍ୟାଗୁଡ଼ିକର ତ୍ୱରିତ୍‌ ସମାଧାନ ଦାବିରେ ଏହି ପ୍ରତିନିଧି ଦଳ ସିଡ଼ିଏମ୍‌ଓ ଡା. ଷଡ଼ଙ୍ଗୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ।

ଦାବିପତ୍ରରେ ଉଲ୍ଲେଖ ରହିଛି, ଗତ ଫେବୃଆରୀରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉକ୍ତ କ୍ୟାନସର ହସ୍‌ପିଟାଲକୁ ଉଦ୍‌ଘାଟନ କରିଥିଲେ। ତେବେ ଉଦ୍‌ଘାଟନ ହେବାର ୭ମାସ ପରେ ମଧ୍ୟ କ୍ୟାନସର ହସ୍‌ପିଟାଲର ସମସ୍ୟା ଅସମାହିତ ହୋଇ ରହିଛି। ଏପର୍ଯ୍ୟନ୍ତ ଉକ୍ତ ହସପିଟାଲ ପୂର୍ଣ୍ଣାଙ୍ଗଭାବେ କାର୍ଯ୍ୟକ୍ଷମ ହୋଇପାରି ନାହିଁ। ଚିକିତ୍ସା ପାଇଁ ବ୍ୟବହାର ହେଉଥିବା ରେଡ଼ିଓଥେରାପି, ଅପରେଶନ ଥିଏଟର, ଆଇସିୟୁ ଆଦି କାର୍ଯ୍ୟକ୍ଷମ ହୋଇନାହିଁ। ସେହିପରି ହସ୍‌ପିଟାଲ ବିଲଡ଼ିଂ କାର୍ଯ୍ୟ ମଧ୍ୟ ଅସମ୍ପୂର୍ଣ୍ଣ ରହିଛି। ଫଳରେ ରୋଗୀମାନଙ୍କୁ ଉଚିତ୍‌ ସ୍ବାସ୍ଥ୍ୟସେବା ମିଳିପାରୁ ନ ଥିବା ଅଭିଯୋଗ ହୋଇଛି। ଏହି ଦୃଷ୍ଟିରୁ ଉକ୍ତ କ୍ୟାନସର ହସ୍‌ପିଟାଲକୁ ପୂର୍ଣ୍ଣାଙ୍ଗଭାବେ କାର୍ଯ୍ୟକ୍ଷମ କରିବାକୁ ବରଗଡ଼ ସିଟିଜେନ ଫୋରମ ଦାବି କରିଛି। ଫୋରମ୍‌ର ରାଜେନ୍ଦ୍ର ସିକନ୍ଦର, କିଶୋର ସାହୁ, ଭବାନୀ ସାହୁ, ନିଖିଳ ପାଣିଗ୍ରାହୀ, ଅସିତ ସାହୁ, ଜି.ଭି ରାଓ ପ୍ରମୁଖ ସିଡିଏମ୍‌ଓଙ୍କୁ ଦାବିପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ପ୍ରବଳ ବର୍ଷା: ଭୁଶୁଡ଼ିଲା ଘର କାନ୍ଥ

ରିଷିଡ଼ା,୧୯ା୯ (ସୁଶାନ୍ତ ମଲ୍ଲିକ): ପ୍ରବଳ ବର୍ଷା ଯୋଗୁ ମାଟିକାନ୍ଥ ଭୁଶୁଡିପଡ଼ିଲା। ଫଳରେ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri