ରାସ୍ତା ମଝିରେ ଜଳିଗଲା କାର୍‌

ବାଉଁଶୁଣୀ,୨।୪(ଡି.ଏନ୍‌.ଏ.): ଶୁକ୍ରବାର ସକାଳେ ବୌଦ୍ଧ ଜିଲା ମନମୁଣ୍ଡା କଣ୍ଟାମାଳ ରାସ୍ତାର କପାସିରା ଛକ ନିକଟ ରାସ୍ତା କଡ଼ରେ ଗୋଟିଏ କାର୍‌ରେ ନିଆଁ ଜଳୁଥିବା ଦେଖିବାକୁ ମିଳିଥିଲା।ଲୋକେ ଦମକଳ ବାହିନୀକୁ ଖବର ଦେବା ପରେ ନିଆଁକୁ ଆୟତ୍ତ କରାଯାଇଥିଲା l

ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ କପାସିରା ଛକ ନିକଟ ରାସ୍ତା କଡ଼ରେ ଗୋଟିଏ ଇଣ୍ଡିଗୋ ସିଏସ୍‌ କାର୍‌ ଓ.ଆର. ୧୭ ଜେ ୮୦୮୬ରେ ନିଆଁ ଜଳୁଥିବା ଦେଖିବାକୁ ମିଳିଥିଲା l କାର୍‌ ପାଖରେ କେହି ଯାତ୍ରୀ ନ ଥିବା ହେତୁ ଅଗ୍ନିକାଣ୍ଡର କାରଣ ଓ ଗାଡ଼ିରେ କିଏ ଥିଲେ ସ୍ପଷ୍ଟ ହୋଇ ପାରିନାହିଁ। ଗାଡ଼ିରେ ଚୋରା ଚାଲାଣ ହେଉଥିବା ସ୍ଥାନୀୟ ଲୋକେ କହୁଛନ୍ତି l କୌଣସି କାରଣରୁ ଗଞ୍ଜେଇ ମାଫିଆମାନେ ନିଆଁ ଲଗାଇ ଦେଇଥିବା ଆଲୋଚନା ହେଉଛି। ଘଟଣାସ୍ଥଳରେ ମନମୁଣ୍ଡା ପୋଲିସ ଓ ଅବକାରୀ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri