୧୫ଫୁଟ୍‌ ତଳକୁ ଖସିଲା କାର

ପାରଳାଖେମୁଣ୍ଡି, ୨୩ା୫ (ଡି.ଏନ୍‌.ଏ): ଗଜପତି ଜିଲା ମୋହନା ବ୍ଲକ ଅଡ଼ବା ଥାନା ଅନ୍ତର୍ଗତ ଖ୍ରୀଷ୍ଟପୁର ବୁଲାଣି ରାସ୍ତା୍‌ରେ ମଙ୍ଗଳବାର ସକାଳେ ଭାରସାମ୍ୟ ହରାଇ ଏକ କାର୍‌ ୧୫ ଫୁଟ ତଳକୁ ଖସି ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ କାରରେ ଥିବା ୫ ଜଣ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତର ତିନି ଜଣଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଜୟପୁର ବାଲିସାହିର ୫ ଜଣ କଟକ ଜିଲା ବଡ଼ମ୍ବା ଏବଂ ପରେ ପୁରୀ ଭ୍ରମଣ କରି ଗ୍ରାମକୁ ଫେରୁଥିଲେ। ଗାଡ଼ିର ଡ୍ରାଇଭରଙ୍କ ନିଦ ଲାଗିବାରୁ ଏଭଳି ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି l ଆହତମାନେ ହେଲେ ନରେଶ ପଣ୍ଡା, ଦିଲ୍ଲୀପ ରଥ, ସରୋଜିନୀ ରଥ, ରାମଚନ୍ଦ୍ର ମିଶ୍ର, ଦେବାଶିଷ ପଟ୍ଟନାୟକ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ...

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ...

ପ୍ରଥମଥର ଦାରିଙ୍ଗବାଡି ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦିନିକିଆ ଗସ୍ତରେ ସୋମବାର ଓଡିଶା ରାଜ୍ୟ ଗଣ ଶିକ୍ଷା ମନ୍ତ୍ରୀ ତଥା ଅନୁସୂଚିତ ଜାତି ଜନଜାତି ଉନ୍ନୟନ ସଂଖ୍ୟା...

ଉଜୁଡା ଫସଲ ଦେଖି ଧାନ କ୍ଷେତରେ ଟଳିପଡିଲେ ଚାଷୀ

ସାକ୍ଷୀଗୋପାଳ, ୨୩।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଅଦିନିଆ ବର୍ଷା ପାଣିରେ ଧାନ ଫସଲ ପଡିଥିବା ଦେଖି ଜଣେ ଚାଷୀ ସୋମବାର ଧାନ କ୍ଷେତରେ ଟଳି ପଡ଼ିଛନ୍ତି।...

ଥାନା ଅଞ୍ଚଳରେ ସିରିଜ ଚୋରି: ବଢିଲା ପୋଲିସର ମୁଣ୍ଡବ୍ୟଥା

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଇଲାକାରେ ସିରିଜ ଚୋରି ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଛି। ଦୁର୍ବୃତ୍ତମାନେ ଲଗାଣ ବର୍ଷା ଓ ଶୀତ ରାତିର ସୁଯୋଗ...

ଜିନ୍ନତକୁ ଟ୍ରାଙ୍କୁଲାଇଜ ପାଇଁ ଚାଲିଛି ଉଦ୍ୟମ

ଭୁବନେଶ୍ୱର,୨୩।୧୨: ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ବନ ବିଭାଗ କସରତ ଆରମ୍ଭ କରିଦେଇଛି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଲିଆରେ...

ଖବରକାଗଜ ବିତରକଙ୍କ ଉପରକୁ ଡେଇଁଲା ମାଙ୍କଡ଼: ଆଉ ତା’ପରେ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ସଦରମହାକୁମା ଛତ୍ରପୁରରେ ମାଙ୍କଡ଼ ମାନଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଜଣେ ଖବରକାଗଜ ବିତରକ ଏହାର ଏହାର ଶିକାର ହୋଇଛନ୍ତି।...

ଏଫଏକ୍ୟୁ ମାନ କୋହଳ ପାଇଁ ଉଠିଲା ଦାବି

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ହେତୁ ଖରିଫ ଧାନ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ କୋହଳ, ଟୋକେନ ଅବଧି ବର୍ଦ୍ଧିତ ଦାବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri