ଅଭିନେତ୍ରୀ ରିୟାଙ୍କ ନାଁରେ ହୋଇଥିବା ମାମଲା କଟକ ସ୍ଥାନାନ୍ତର

କଟକ,୧୧ା୭: ଓଡ଼ିଆ ସିନେ ଅଭିନେତ୍ରୀ ରିୟା ଦେ  ଅଡୁଆରେ ପଡ଼ିଛନ୍ତି। ତାଙ୍କ ନାଁରେ ହୋଇଥିବା ମାମଲା କଟକ ସ୍ଥାନାନ୍ତର କରାଯାଇଛି। ଚନ୍ଦ୍ରଶେଖରପୁର ଥାନାର ମାମଲା ବିଡ଼ାନାସୀ ଥାନାକୁ ସ୍ଥାନାନ୍ତର ହୋଇଛି। ଘରୋଇ ସହାୟିକାଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ଏହି ମାମଲା ହୋଇଥିଲା।

ସୂଚନାଯୋଗ୍ୟ, ରିୟା ଓ ତାଙ୍କ ସ୍ବାମୀ ସୁନୀଲ ଘରୋଇ ସହାୟିକାଙ୍କୁ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଥିଲା। ଏ ସଂକ୍ରାନ୍ତରେ ପୀଡ଼ିତା ବର୍ଷା ବେହେରା (୧୯) ମଙ୍ଗଳବାର ଚନ୍ଦ୍ରଶେଖରପୁର ଥାନାରେ ଏତଲା ଦେଇଥିଲେ। ବର୍ଷାଙ୍କୁ ରିୟା ଦେଢ଼ବର୍ଷ ଧରି କାମ କରାଇବା ପରେ ପାରିଶ୍ରମିକ ଟଙ୍କା ନ ଦେଇ ମାଡ଼ ମାରୁଥିଲେ ବୋଲି ଏତଲାରେ ଉଲ୍ଲେଖ କରାଯାଇଛି। ଏହି ଅଭିଯୋଗ ଆଧାରରେ ପୋଲିସ ତଦନ୍ତ ଆରମ୍ଭ କରିଛି। କଟକ ମହାନଦୀ ବିହାରସ୍ଥିତ ରିୟାଙ୍କ ଘରେ କେହି ନ ଥିବା ସୁଯୋଗ ନେଇ ବର୍ଷା ସୋମବାର ଭୁବନେଶ୍ୱର ଚାଲିଆସିଥିଲେ। ବର୍ଷା କଟକରୁ ବସ୍‌ରେ ଆସି ଚନ୍ଦ୍ରଶେଖରପୁରରେ ରହୁଥିବା ତାଙ୍କର ଜଣେ ପରିଚିତ ଭଉଣୀ ମାଧୁରୀଙ୍କ ଘରକୁ ଯାଇଥିଲେ। ହେଲେ ମାଧୁରୀ ଘରେ ନ ଥିବାରୁ ବର୍ଷା ରାସ୍ତାରେ କାନ୍ଦୁଥିଲେ। ଏହା ଦେଖି ସ୍ଥାନୀୟ ଲୋକେ ବର୍ଷାଙ୍କୁ ଈଶାନେଶ୍ୱର ଶିଶୁ ସୁରକ୍ଷା ଟିମ୍‌କୁ ହସ୍ତାନ୍ତର କରିଥିଲେ। ମାଧୁରୀ ମଙ୍ଗଳବାର ପହଞ୍ଚିବା ପରେ ଶିଶୁ ସୁରକ୍ଷା ଟିମ୍‌ ସହ ବର୍ଷାଙ୍କୁ ନେଇ ପୋଲିସର ଦ୍ୱାରସ୍ଥ ହୋଇଥିଲେ। ଅଭିଯୋଗ ଅନୁଯାୟୀ, ରିୟା ତାଙ୍କୁ ଘର କାମ ସହ ଅନ୍ୟାନ୍ୟ କାମ କରାଉଥିଲେ। ରିୟା ତାଙ୍କୁ ୮ହଜାର ଟଙ୍କା ସହ ଭରଣପୋଷଣ ଦେବା ପାଇଁ ଚୁକ୍ତି କରିଥିଲେ। ହେଲେ କିଛିଦିନ ତଳେ ବର୍ଷା ତାଙ୍କ ପୈତୃକ ଘରକୁ ଯିବାକୁ କହିବାରୁ ରିୟା ବାରଣ କରିଥିଲେ। ଏପରିକି ରିୟା ତାଙ୍କୁ ମାଡ଼ମାରି ଘରେ ବନ୍ଦ କରିଦେଇଥିଲେ। ରିୟା ତାଙ୍କୁ ଦିନକୁ ୨୦ ଥର ଉଠ୍‌ବସ୍‌ କରାଉଥିଲେ। ସ୍ବାମୀ ସୁନୀଲ ତାଙ୍କ ଉପରକୁ ମଦ ବୋତଲ ଫୋପାଡୁଥିଲେ। ନିର୍ଯାତନାରେ ବର୍ଷା ଆହତ ହୋଇଥିବା ଗଣମାଧ୍ୟମ ଜରିଆରେ ଅଭିଯୋଗ କରିଛନ୍ତି। ତେବେ ଅଭିଯୋଗ ନେଇ ରିୟା କିମ୍ବା ତାଙ୍କ ସ୍ବାମୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri