କଟକ ଅଫିସ, ୮।୧: ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଥିଲା। ଏହି ଘଟଣାରେ କ୍ରାଇମ୍ବ୍ରାଞ୍ଚ୍ ପକ୍ଷରୁ ହାଇକୋର୍ଟରେ ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କରାଯାଇଥିଲା। ତେବେ ଏହି ରିପୋର୍ଟକୁ ନେଇ ଆବେଦନକାରୀଙ୍କ ଓକିଲ କେତେକ ପ୍ରଶ୍ନ ଉଠାଇଥିଲେ। ଏଥିରେ ଦିଆଯାଇଥିବା ବ୍ୟବଚ୍ଛେଦ ରିପୋର୍ଟ ସ୍ପଷ୍ଟ ଦେଖାଯାଉ ନ ଥିବାରୁ ଆଉ ଏକ ରିପୋର୍ଟ ଦାଖଲ ଲାଗି କୁହାଯାଇଥିଲା। ଆଦିତ୍ୟଙ୍କ ସ୍ତ୍ରୀ ବିଦ୍ୟାଶ୍ରୀଙ୍କ ପକ୍ଷରୁ ରୁଜୁ ହୋଇଥିବା ଏହି ମାମଲାର ଶୁଣାଣି ହାଇକୋର୍ଟ ବିଚାରପତି ଜଷ୍ଟିସ୍ ବିଶ୍ୱଜିତ୍ ମହାନ୍ତିଙ୍କ ଖଣ୍ଡପୀଠରେ ହୋଇଥିଲା। ଆସନ୍ତା ୨୧ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ବ୍ୟୋମକେଶ ତ୍ରିପାଠୀ ମାମଲା ପରିଚାଳନା କରୁଥିଲେ।