Posted inଜାତୀୟ

ଗଣମାଧ୍ୟମ, ସୋସିଆଲ ମିଡିଆକୁ ସତର୍କ କରାଇଲା କେନ୍ଦ୍ର; ରାମମନ୍ଦିରକୁ ନେଇ ବିଭ୍ରାନ୍ତ କରନାହିଁ

ନୂଆଦିଲ୍ଲୀ,୨୧।୧: ଅଯୋଧ୍ୟାରେ ଭବ୍ୟ ରାମମନ୍ଦିରର ପ୍ରାଣପ୍ରତିଷ୍ଠା ଉତ୍ସବ ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏହାକୁ ନେଇ ବିଭିନ୍ନ ଗଣମାଧ୍ୟମ ଓ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମରେ କେତେକ ବିଭ୍ରାନ୍ତିକର ଖବର ପ୍ରସାରିତ ହେଉଥିବା ଜଣାପଡ଼ିଛି। ଏଭଳି ଖବର ପ୍ରସାରଣରୁ ଦୂରେଇ ରହିବାକୁ କେନ୍ଦ୍ର ସରକାର ଶନିବାର ଗଣମାଧ୍ୟମ ପ୍ରତିଷ୍ଠାନ ଓ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକୁ ସତର୍କ କରାଇଛନ୍ତି। କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଏନେଇ ଏକ ଆଡଭାଇଜରି ଜାରି କରିଛି। ଯାଞ୍ଚ ହୋଇ ନ ଥିବା ତଥା ଉତ୍ତେଜନା ସୃଷ୍ଟିକାରୀ ମିଛ ଖବର କେତେକ ସାମାଜିକ ଗଣମାଧ୍ୟମରେ ପ୍ରସାରିତ ହେଉଥିବା ମନ୍ତ୍ରଣାଳୟର ଦୃଷ୍ଟିକୁ ଆସିଛି। ଏହା ସାମ୍ପ୍ରଦାୟିକ ସଦ୍‌ଭାବ ଏବଂ ଆଇନ ଶୃଙ୍ଖଳା ସ୍ଥିତି ବିଗାଡ଼ିପାରେ ବୋଲି ମନ୍ତ୍ରଣାଳୟ ଆଶଙ୍କା ବ୍ୟକ୍ତ କରିଛି। ୨୨ ତାରିଖ ପ୍ରାଣପ୍ରତିଷ୍ଠା ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେବେ। ସାମ୍ପ୍ରଦାୟିକ ଉତ୍ତେଜନା ସୃଷ୍ଟି କଲା ଭଳି ମିଛ ଖବର ପ୍ରକାଶ ଓ ପ୍ରସାରଣରୁ ବିଭିନ୍ନ ଖବରକାଗଜ, ଘରୋଇ ସାଟେଲାଇଟ୍‌ ଟିଭି ଚ୍ୟାନେଲ ଏବଂ ଡିଜିଟାଲ ମିଡିଆର ପ୍ରକାଶକମାନେ ଦୂରେଇ ରହିବା ଲାଗି ଆଡଭାଇଜରିରେ କୁହାଯାଇଛି। ଏଭଳି ମିଥ୍ୟା ଖବର ଯେପରି ପ୍ରଦର୍ଶିତ ନ ହେବ, ସେ ଦିଗରେ ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି।

ସୂଚନାଯୋଗ୍ୟ, ଗତ ୧୬ ତାରିଖରୁ ପ୍ରାଣପ୍ରତିଷ୍ଠା ଉତ୍ସବ ପାଇଁ ବିଭିନ୍ନ ରୀତିନୀତି ଆରମ୍ଭ ହୋଇଥିବାବେଳେ ଭିଆଇପି ଟିକେଟ, ରାମମନ୍ଦିର ପ୍ରସାଦ ବଣ୍ଟନକୁ ନେଇ ମିଛ ଖବର ସୋସିଆଲ ମିଡିଆରେ ଘୂରି ବୁଲୁଛି। ଇ-କମର୍ସ ସାଇଟ୍‌ ଆମାଜନରେ ସାଧାରଣ ମିଠାକୁ ‘ଶ୍ରୀରାମ ମନ୍ଦିର ଅଯୋଧ୍ୟା ପ୍ରସାଦ’ ତାଲିକାରେ ସ୍ଥାନ ଦିଆଯାଇଥିବାରୁ କେନ୍ଦ୍ରୀୟ ଖାଉଟି ସୁରକ୍ଷା କର୍ତ୍ତୃପକ୍ଷ ଉକ୍ତ ସଂସ୍ଥାକୁ ନୋଟିସ ପଠାଇ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କୁହାଯାଇଛି। ରାମମନ୍ଦିର ପ୍ରାଣପ୍ରତିଷ୍ଠା ଉତ୍ସବ ନିମନ୍ତେ ତତ୍କାଳ ଭିଆଇପି ଟକେଟର ପ୍ରତିଶ୍ରୁତି ଦିଆଯାଇ ଏକ ଜାଲ୍‌ କ୍ୟୁଆର୍‌ କୋଡ୍‌ ସହ ହ୍ବାଟ୍ସଆପ୍‌ ବାର୍ତ୍ତା ଶେୟାର କରାଯାଇ ଅର୍ଥ ଆଦାୟ କରାଯାଉଥିଲା। ଏହା ଜାଲ୍‌ ବୋଲି ମନ୍ଦିର ଟ୍ରଷ୍ଟ ପକ୍ଷରୁ ସ୍ବଷ୍ଟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି: ୧୬୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ନୂଆଦିଲ୍ଲୀ,୨୬ା୧୦: ପଶ୍ଚିମବଙ୍ଗ ସ୍କୁଲ୍‌ ସେବା ଆୟୋଗ (ଡବ୍ଲ୍ୟୁବିଏସ୍‌ଏସ୍‌ସି) ଦ୍ୱାରା ଗ୍ରୁପ୍‌ ସି ଏବଂ ଡି କର୍ମଚାରୀ ନିଯୁକ୍ତିରେ ବ୍ୟାପକ ଦୁର୍ନୀତି ହୋଇଥିଲା। ଏହାର ମନିଲଣ୍ଡରିଂ ଦିଗ...

ଭାରତ-ଚାଇନା ଚୁକ୍ତିକୁ ନେଇ ଜୟଶଙ୍କର କହିଲେ ସଫଳତା ପଛରେ…

ପୁଣେ,୨୬ା୧୦: ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପୂର୍ବ ଲଦାଖ ଅନ୍ତର୍ଗତ ଏଲ୍‌ଏସିରେ ଲାଗି ରହିଥିବା ଅଚଳାବସ୍ଥା ଦୂର ପାଇଁ ଉଭୟ ଭାରତ ଓ...

ଖାଲିଟାରେ ଗର୍ଜୁ ନାହାଁନ୍ତି ଗିରିରାଜ…

ପାଟନା,୨୬।୧୦: ବିହାରରେ ଯେଉଁ ଆଡେ ନଜର ପକାଇଲେ ଦେଖିବେ, ଆଜିକାଲି କେବଳ ଭାଜପାର ଫାୟାର ବ୍ରାଣ୍ଡ ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂଙ୍କ ‘ହିନ୍ଦୁ...

ଭାରତ ଆଡକୁ କାହିଁକି ଆକର୍ଷିତ ହେଉଛି ବିଶ୍ୱ? ଜୟଶଙ୍କର ଦେଲେ ଏମିତି ଜବାବ

ପୁଣେ,୨୬।୧୦: ଶନିବାର ଅର୍ଥାତ୍‌ ଅକ୍ଟୋବର ୨୬ରେ ପୁଣେରେ ଛାତ୍ରମାନଙ୍କ ସହ କଥାବାର୍ତ୍ତା ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ ଆଜି...

ବାବା ସିଦ୍ଦିକୀ ହତ୍ୟାକାଣ୍ଡର ଖୋଲିଲା ବଡ଼ ଗୁମର, ପୋଲିସ କହିଲା କିଏ ମାମଲାର ମୋଷ୍ଟ ଓ୍ବାଣ୍ଟେଡ

ମୁମ୍ବାଇ,୨୬।୧୦: ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଏକ ବଡ଼ ଥା ସାମ୍ନାକୁ ଆସିଛି। ଏହି ହତ୍ୟା ମାମଲାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ...

ସ୍ବାମି ଅଭିମୁକ୍ତେଶ୍ୱରାନନ୍ଦଙ୍କଠାରୁ ଆଶୀର୍ବାଦ ନେଲେ ପରିଣିତି-ରାଘବ

ନୂଆଦିଲ୍ଲୀ,୨୬।୧୦: ଶନିବାର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ମହାରାଜ ଆମ ଆଦମୀ ପାର୍ଟି ରାଜ୍ୟ ସଭା ଏମପି ରାଘବ ଚଢା ଏବଂ ଅଭିନେତ୍ରୀ ପରିଣିତି ଚୋପ୍ରାଙ୍କ...

ବିମାନକୁ ବୋମା ଧମକ ପରେ ସହାୟତା ଲୋଡ଼ିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୬ା୧୦: କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଶନିବାର ବିମାନ କମ୍ପାନୀଗୁଡ଼ିକ ପ୍ରତିଦିନ ବୋମା ଧମକ ଦେଉଥିବା ଗୁଜବ ସମ୍ପର୍କରେ ଏକ ଆଡ୍‌ଭାଇଜରି ଜାରି...

ଲରେନ୍ସ ବିଷ୍ଣୋଇଙ୍କ ଗ୍ୟାଙ୍ଗର ଟାର୍ଗେଟରେ ଅଛନ୍ତି ୟୁପିର ବିଧାୟକ!

ମୁମ୍ବାଇ,୨୬।୧୦: ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଏପର୍ଯ୍ୟନ୍ତ ଅନେକ ରାଜନେତାଙ୍କୁ ଟାର୍ଗେଟ କରି ହତ୍ୟା କରିନ୍ତି। ନିକଟରେ ମୁମ୍ବାଇରେ ବାବା ସିଦ୍ଦିକୀଙ୍କ ହତ୍ୟା ମାମଲା ସମଗ୍ର ଦେଶରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri