ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ

ଖୋର୍ଦ୍ଧା ଅଫିସ,୨୬।୧: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ୭୨ ତମ ସାଧାରଣତନ୍ତ୍ର ଦିବସ ବିଜେବି ହାଇସ୍କୁଲ ପଡ଼ିିଆରେପାଳିତ ହୋଇଯାଇଛି। ଏହି ଅବସରରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅନିଲ କୁମାର ସାମଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଜିଲାରେ କୋଭିଡ ନିୟନ୍ତ୍ରଣରେ ରହିଛି। ଏଥିଲାଗି ଜନସାଧାରଣ ଓ ଜିଲା ପ୍ରଶାସନକୁ ଶୁଭେଚ୍ଛା ଦେଇଥିଲେ। ଏହି ଅବସରରେ କୋଭିଡ ଯୋଦ୍ଧାଙ୍କୁ ସମ୍ମାନିତ କରାଯାଇଛି। ଏଥିରେ ଜିଲାପାଳ ସନତ ମହାନ୍ତି, ଜିଲା ଆରକ୍ଷୀ ଅଧୀକ୍ଷକ ଅଜୟ ପ୍ରତାପ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।