ଦିବ୍ୟାଙ୍ଗ ଛାତ୍ରଙ୍କ ସାର୍ଟିଫିକେଟରେ ପରବର୍ତ୍ତନ ନେଇ ଅଭିଭାବକ ହଟହଟା, ଉପଯୁକ୍ତ ସରକାରୀ ସହାୟତା ନ ପାଇ…

ଦାରିଙ୍ଗବାଡ଼ି,୧୦ା୩(ଅରୁଣ ସାହୁ): ଦିବ୍ୟାଙ୍ଗଙ୍କ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଅନେକ ଯୋଜନା କରିଛନ୍ତି। ତେବେ ତୃଣମୂଳସ୍ତରରେ କିଛିଟା ତ୍ରୁଟି ପାଇଁ ଅନେକ ହିତାଧିକାରୀ ହଇରାଣ ଭୋଗୁଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ।
ପ୍ରକାଶ ଯେ, ଉକ୍ତ ବ୍ଲକ ଦାରିଙ୍ଗବାଡ଼ିର ଇଗ୍ନେଶ ବଳିୟାରସିଂଙ୍କ ୧୩ ବର୍ଷର ପୁଅ ମାର୍ଟିନ ଜନ୍ମରୁ ମସ୍ତିକ ପକ୍ଷାଘାତରେ ଆକ୍ରାନ୍ତ। ତାଙ୍କୁ ୨୦୧୫ ମାର୍ଚ୍ଚ ୧୦ରେ ୯୦ ପ୍ରତିଶତ ଦିବ୍ୟାଙ୍ଗ ରହିଥିବା ନେଇ ପ୍ରମାଣପତ୍ର ସଂଖ୍ୟା ୨୧୧୬୧୫୩୦୦୪୯ ପ୍ରଦାନ କରାଯାଇଥିଲା। ତେବେ ପରବର୍ତ୍ତୀ ସମୟରେ ୨୦୨୩ରେ ଅନ୍‌ଲାଇନ୍‌ ସାର୍ଟିଫିକେଟ ପ୍ରଦାନ କରାଯିବ ବୋଲି ବ୍ଲକ ପ୍ରଶାସନ ପକ୍ଷରୁ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରକୁ ଡକାଯାଇ ମାର୍ଟିନଙ୍କୁ ପୁନର୍ବାର ଏକ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ସେଥିରେ ମାତ୍ର ୬୦ ପ୍ରତିଶତ ଦିବ୍ୟାଙ୍ଗ ରହିଥିବା ସେହି ସମୟରେ ଡାକ୍ତର ପରୀକ୍ଷା କରି ଉକ୍ତ ମସିହା ଏପ୍ରିଲ ୪ରେ ସାର୍ଟିଫିକେଟ ସଂଖ୍ୟା (ଓଡି୨୧୧୦୩୨୦୧୦୦୧୪୦୫୪୯) ପ୍ରଦାନ କରିଛନ୍ତି। ଫଳରେ ମାର୍ଟିନ ସରକାରଙ୍କ ମାସିକ ଭତ୍ତା ବୃଦ୍ଧିର ଲାଭ ନେଇ ପାରୁ ନ ଥିବା ନେଇ ମାର୍ଟିନଙ୍କ ମା’ ସଲମୀ ନାୟକ ଦାରିଙ୍ଗବାଡ଼ି ଗୋଷ୍ଠୀ ସମ୍ବଳ ଶିକ୍ଷୟିତ୍ରୀ ରଶ୍ମିତା ସେନାପତିଙ୍କ ନିକଟରେ ଅଭିଯୋଗ ଜଣାଇଛନ୍ତି।

ଏନେଇ ଗୋଷ୍ଠୀ ସମ୍ବଳ ଶିକ୍ଷୟିତ୍ରୀ କହିଛନ୍ତି ଯେ, ମାର୍ଟିନଙ୍କ ସ୍ବାସ୍ଥ୍ୟବସ୍ଥାରେ କୌଣସି ପରିବର୍ତ୍ତନ ହୋଇନାହିଁ। କୌଣସି କାରଣରୁ ତାଙ୍କୁ ପ୍ରମାଣପତ୍ର ମିଳିଛି ତାର ବିଚାର କରାଯିବା ଆବଶ୍ୟକ । ଏନେଇ ମାର୍ଟିନଙ୍କ ମା’ ଅଭିଯୋଗ କରିଥିବା କହିଛନ୍ତି।

ଏନେଇ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନ୍‌ଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟଙ୍କୁ ପଚାରି ବୁଝିବାରୁ ସେ ସେ ଏହାର ତଦନ୍ତ କରିବେ ଏବଂ ପୁଣି ତାଙ୍କ ସ୍ବାସ୍ଥ୍ୟବସ୍ଥା ପରୀକ୍ଷା କରି ପୁନଃ ସାର୍ଟିଫିକେଟ ପ୍ରଦାନ କରାଯାଇପାରିବ ବୋଲି କହିଛନ୍ତି। ଏନେଇ ବିଡିଓ ପ୍ରୀତିରଞ୍ଜନ ରଥ ମଧ୍ୟ ସମାନ ମତାମତ ଦେଇଛନ୍ତି ପୁନଃ ମାର୍ଟିନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରି ସରକାରୀ ଭତ୍ତା ବୃଦ୍ଧିର ଫାଇଦା ପାଇବା ଦରକାର ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri