ପ୍ରତିଦ୍ୱନ୍ଦ୍ୱୀ ନ ଥିବାରୁ ବଦଳିଲେନି ଅଧ୍ୟକ୍ଷ

ଭୁବନେଶ୍ୱର,୨୨ା୬ (ବନ୍ଦନା ସେଠୀ)ଶାନ୍ତି ଶୃଙ୍ଖଳାରେ ସରିଲା ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ନିର୍ବାଚନ। ବୁଧବାର ବିଏମ୍‌ସି ମୁଖ୍ୟାଳୟରେ ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ପୂର୍ବରୁ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବଦଳିବା ନେଇ ଯେଉଁ ଚର୍ଚ୍ଚା ଚାଲିଥିଲା, ସେଥିରେ ପୂର୍ଣ୍ଣଚ୍ଛେଦ ପଡିଛି। ଯେଉଁମାନେ ପୂର୍ବରୁ ଅଧ୍ୟକ୍ଷ ଥିଲେ, ପୁନର୍ବାର ସେମାନେ ସମାନ ଉପବିଭାଗଗୁଡିକର ଅଧ୍ୟକ୍ଷ ରହିଛନ୍ତି। ନିୟମ ଅନୁଯାୟୀ, ଅଧ୍ୟକ୍ଷ ପଦ ପାଇଁ ପୂର୍ବତନ ଅଧ୍ୟକ୍ଷମାନେ ନାମାଙ୍କନ ଦାଖଲ କରିଥିଲେ। ତାଙ୍କ ବ୍ୟତୀତ ଅନ୍ୟ କୌଣସି କର୍ପୋରେଟର ନାମାଙ୍କନ ଦାଖଲ କରି ନ ଥିଲେ। ତେଣୁ ନିର୍ବାଚନ ଅଧିକାରୀ ଭାବେ ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ ନାମାଙ୍କନପତ୍ରଗୁଡିକୁ ଯାଞ୍ଚ କରିଥିଲେ। ଯାଞ୍ଚ ପରେ ପ୍ରତ୍ୟାହାର ପାଇଁ ସମୟ ଘୋଷଣା କରିଥିଲେ। ନିର୍ଦ୍ଧାରିତ ସମୟ ମଧ୍ୟରେ କେହି ନାମାଙ୍କନ ପତ୍ର ପ୍ରତ୍ୟାହାର କରି ନ ଥିଲେ କିମ୍ବା କୌଣସି କମିଟି ଅଧ୍ୟକ୍ଷ ପଦ ପାଇଁ ଏକାଧିକ ପ୍ରତିଦ୍ୱନ୍ଦ୍ୱୀ ନ ଥିବାରୁ ସମସ୍ତେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିଲେ। ନିର୍ବାଚନରେ ଡେପୁଟି ମେୟର ମଞ୍ଜୁଲତା କଅଁର, ସ୍ବତନ୍ତ୍ର କର୍ପୋରେଶନ ଅଧିକାରୀ ଡେପୁଟି କମିଶନର ସପନ କୁମାର ନନ୍ଦ ଏବଂ ଆସିଷ୍ଟାଣ୍ଟ କମିଶନର ଏନ. ଗଣେଶ ବାବୁ ପ୍ରମୁଖ ଉପସ୍ଥିତ ଥିଲେ।

ବୁଝାଇବା ପରେ ମାନ ଭାଙ୍ଗିଲେ କମିଟି ଅଧ୍ୟକ୍ଷ
ଷ୍ଟାଣ୍ଡିଂ କମିଟି ମଧ୍ୟରେ ଏଷ୍ଟାବ୍ଲିଶ୍‌ମେଣ୍ଟ କମିଟି ଅଧ୍ୟକ୍ଷ ନିର୍ବାଚନକୁ ନେଇ ଅନିଶ୍ଚିତତା ଲାଗିରହିଥିଲା। ସମ୍ପୃକ୍ତ ବିଭାଗ ଅଧ୍ୟକ୍ଷ କୁମାରେନ୍ଦ୍ର ମହାପାତ୍ର ଏବଂ ବିଭାଗୀୟ ଅଧିକାରୀଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାରୁ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ନିର୍ବାଚନରେ ସାମିଲ ହେବେ ନାହିଁ ବୋଲି କୁମାରେନ୍ଦ୍ର ସଫା ସଫା ଶୁଣାଇ ଦେଇଥିଲେ। ତେବେ ଯେପରି କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନ ହୁଏ, ସେଥିପାଇଁ ମେୟର ଏବଂ ଅନ୍ୟ କର୍ପୋରେଟରମାନେ କୁମାରେନ୍ଦ୍ରଙ୍କୁ ବୁଝାଇଥିଲେ। ଶେଷରେ ସମସ୍ତ କର୍ପୋରେଟରଙ୍କ ସମର୍ଥନ ଏବଂ ମେୟରଙ୍କ ଠାରୁ ପ୍ରତିଶ୍ରୁତି ପାଇବା ପରେ କୁମାରେନ୍ଦ୍ର ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଥିଲେ।

ମେଡିକାଲରୁ ନାମାଙ୍କନ ପତ୍ର ପଠାଇଲେ ପ୍ରେମାନନ୍ଦ
ଲାଇସେନ୍ସ ଏବଂ ଅପିଲ ଷ୍ଟାଣ୍ଡିଂ କମିଟି ପାଇଁ ୱାର୍ଡ୨୦ର ପ୍ରେମାନନ୍ଦ ଜେନାଙ୍କୁ ଅଧ୍ୟକ୍ଷ ଭାବେ ନିର୍ବାଚିତ କରାଯାଇଛି। ତେବେ ଗୁରୁତର ଆହତ ଥିବା କାରଣରୁ ସେ ନିର୍ବାଚନରେ ଅନୁପସ୍ଥିତ ଥିଲେ। ସ୍ବାସ୍ଥ୍ୟଗତ ସମସ୍ୟା ଦର୍ଶାଇ ସେ ମେଡିକାଲରୁ ନିଜ ନାମାଙ୍କନପତ୍ର ଭରି ପଠାଇଥିଲେ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ୨୦ନମ୍ବର ୱାର୍ଡର କର୍ପୋରେଟର ଜେନାଙ୍କୁ ୧୬ ତାରିଖ ରାତିରେ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଏଥିରେ ସେ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟବାସୀଙ୍କୁ ମିଳିବ ୨ ସ୍ବାସ୍ଥ୍ୟ କାର୍ଡ, ଜାଣନ୍ତୁ କିପରି କରିବେ ରେଜିଷ୍ଟ୍ରେଶନ, କ’ଣ ଡକ୍ୟୁମେଣ୍ଟ ଆବଶ୍ୟକ

ଭୁବନେଶ୍ୱର,୨୮।୧୦: ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭...

କେଉଁ ଦିନ ପାଳନ କରିବେ ଦୀପାବଳି, ୩୧ ନା ୧, ଦ୍ୱନ୍ଦରେ ଅଛନ୍ତି କି?

ଭୁବନେଶ୍ୱର,୨୮।୧୦: ପୂର୍ବରୁ ଅନେକ ପର୍ବପର୍ବାଣୀ ଦୁଇଦିନ ପଡ଼ିଥିବାବେଳେ ଏବେ ଦୀପାବଳିକୁ ନେଇ ପୁଣି ଦ୍ବନ୍ଦ୍ବ ଦେଖାଦେଇଛି । ବିଭିନ୍ନ ପାଞ୍ଜିରେ ଏନେଇ ଭିନ୍ନ ଭିନ୍ନ ଦିନ...

ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୮।୧୦: ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। କ୍ରୀଡା ଓ ଯୁବ ସେବା ବିଭାଗର ଯୁଗ୍ମ ସଚିବ ଶୈଳେନ୍ଦ୍ର କୁମାର ଜେନାଙ୍କୁ ମିଶନ ଶକ୍ତି...

ଘଡ଼ଘଡି ସହ ହେବ ପ୍ରବଳ ବର୍ଷା: ୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୮।୧୦: ଉପକୂଳବର୍ତ୍ତୀ ଓଡିଶା ଉପରେ ଊର୍ଦ୍ଧ୍ୱ ବାୟୁ ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଦିଗରେ ଅଗ୍ରସର ହେଉଛିି। ଏହି କ୍ରମରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ଏବଂ ଦକ୍ଷିଣ...

ସ୍ଥାୟୀ ନିଯୁକ୍ତି ଦାବିରେ ଧାରଣା ଦେଲେ ପାରାମେଡିକାଲ ଷ୍ଟାଫ୍

ନୂଆଦିଲ୍ଲୀ,୨୮ା୧୦: ପୁଣି ଲୋୟର ପିଏମଜିରେ ଗର୍ଜିଛନ୍ତି ଚୁକ୍ତିଭିତ୍ତିକ ପାରାମେଡିକାଲ ଷ୍ଟାଫ୍। ସ୍ଥାୟୀ ନିଯୁକ୍ତି ସହିତ ବିଭିନ୍ନ ଦାବି ପୁରଣ ପାଇଁ ସୋମବାର ଧାରଣା ଦେଇଛନ୍ତି ଶହଶହ...

ଆଇନ ମନ୍ତ୍ରୀ ଦେଲେ ବଡ଼ ସୂଚନା: ସରକାର ଆଣିବେ ଏକ ନୂଆ ଯୋଜନା, ଏଥିରେ ରହିଛି…

ଭୁବନେଶ୍ୱର,୨୮ା୧୦: ମଠ ମନ୍ଦିର ସୁରକ୍ଷା ପାଇଁ ଏଣିକି ସରକାର ଏକ ନୂଆ ଯୋଜନା ଆଣିବାକୁ ଯାଉଛନ୍ତି। ଏହି ଯୋଜନାର ନାଁ ‘ଦେବାଳୟ ଯୋଜନା’। ନୂଆ ଯୋଜନା...

ଆସନ୍ତାକାଲି ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ, ନୂଆ କାର୍ଡରେ ସୁବିଧା ପାଇବେ…

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮ା୧୦: ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ...

ପ୍ରତି ରାତିରେ ଭିଣୋଇ ସାଜୁଥିଲେ ସଇତାନ: ଶାଳୀଙ୍କୁ ନିଶା ଦେଇ କରୁଥିଲେ ବଳାତ୍କାର ପରେ…

ଭୁବନେଶ୍ୱର,୨୮।୧୦: ପ୍ରତି ରାତିରେ ଭିଣୋଇ ସାଜୁଥିଲା ନର ରାକ୍ଷାସ। ରାତିରେ ଜାଗ୍ରତ ହେଉଥିଲା ତାଙ୍କର ସଇତାନ ପ୍ରକୃତି। ଶାଳୀଙ୍କ ବିସ୍ବାସରେ ଦେଇ ଚାଲିଥିଲା ବିଷ ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri