ବାହୁଡ଼ାରେ ମହାପ୍ରଭୁଙ୍କ ରଥଟଣା ଆରମ୍ଭ

ପୁରୀ ଅଫିସ, ୧।୭: ନବଦିନାତ୍ମକ ଯାତ୍ରା ଶେଷ କରିବା ପରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ୁଛନ୍ତି ମହାପ୍ରଭୁ। ଭକ୍ତଶୂନ୍ୟ ବାହାଡ଼ାଯାତ୍ରାରେ ମହାପ୍ରଭୁଙ୍କ ନୀତିକାନ୍ତି ସଅଳ ଅନୁଷ୍ଠିତ ହୋଇଥିଲା। ଧାର୍ଯ୍ୟ ସମୟର ୩୫ ମିନିଟ ପୂର୍ବରୁ ମହାପ୍ରଭୁଙ୍କ ରଥଟଣା ଆରମ୍ଭ ହୋଇଛି। ପୂର୍ବାହ୍ନ ୧୧ଟା ୨୫ରେ ବିଜେ କାହାଳୀ ବାଜି ପ୍ରଥମେ ବଡ଼ ଠାକୁର ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ ଟଣାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପ୍ରକାରେ ପ୍ରତି ୧ ଘଣ୍ଟା ବ୍ୟବଧାନରେ ରଥ ଟାଣିବା ଲାଗି ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଛି। ଏହି ଅନୁଯାୟୀ ମଧ୍ୟାହ୍ନ ୧୨.୨୫ ରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଏବଂ ଶେଷରେ ଅର୍ଥାତ୍‌ ୧ଟା ୨୫ରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣାଯିବ ବୋଲି ସୂଚନା ମିଳିଛି।

Share