ଶପଥ ନେଲେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ ଅଫିସ୍‌,୪।୧: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ଏସ୍‌.ମୁରଲୀଧର ଶପଥ ନେଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସକାଳ ୧୦ଟାରେ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଜଷ୍ଟିସ୍‌ ମୁରଲୀଧର ହେଲେ ଓଡ଼ିଶା ହାଇକୋର୍ଟର ୩୨ତମ ମୁଖ୍ୟ ବିଚାରପତି । ପୂର୍ବରୁ ପଞ୍ଜାବ ଏବଂ ହରିୟାଣ ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଥିବା ଜଷ୍ଟିସ୍‌ ମୁରଲୀଧରଙ୍କୁ କିଛିଦିନ ତଳେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରଦିନ ଭାବେ ନିଯୁକ୍ତି ଦିଆଯାଇଥିଲା।

Share