ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୭: ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ମଙ୍ଗଳବାର ପୁରୀରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଛୁଟି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥର ରଥଯାତ୍ରା ୨ ଦିନ ଥିବାରୁ ଏହାକୁ ଦୃଷ୍ଠିରେ ରଖି ୭ ଏବଂ ୮ ତାରିଖ ଛୁଟି ଘୋଷଣା କରାଯାଇଛି।

ଅନ୍ୟପଟେ, ତ୍ରୁଟିଶୂନ୍ୟ ଭାବେ ରଥଯାତ୍ରା କିଭଳି ସଂପନ୍ନ ହେବ ସେ ପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏପରିକି ସରକାରୀ ଅଧିକାରୀମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ନିର୍ଦ୍ଦେଶ ଦେଇଛନ୍ତି।