୨ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ଘୋଷଣାକଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭।୯(ସୁନିତ୍‌ ମିଶ୍ର): ବିଧାନସଭା ଅଧିବେଶନ ମଙ୍ଗଳବାର ଅପରାହ୍ନରେ ଆରମ୍ଭ ହେବାପରେ ସଂସଦୀୟ ବ୍ୟାପାର ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟା ବାସନ୍ତୀ ଦାସଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ଶୋକ ପ୍ରସ୍ତାବ ଆଗତ କରିଥିଲେ। ପୂଜାରୀ ଗୃହରେ କହିଛନ୍ତି, ସୋନପୁର ଓ୍ବାର୍ଡ ନମ୍ବର ୧ର ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ମହିଳାମାନଙ୍କୁ ସୋନପୁର ମ୍ୟୁନିସିପାଲିଟି ସ୍ମାର୍ଟ ପାର୍କର ରକ୍ଷଣାବେକ୍ଷଣ ଦାୟିତ୍ୱ ପ୍ରଦାନ କରାଯାଇଛି। ସୋମବାର ସକାଳ ୭ଟା ସମୟରେ ବୃଦ୍ଧିମନ୍ତ ଦାସଙ୍କ ସ୍ତ୍ରୀ ବାସନ୍ତୀ ଦାସ ପାର୍କର ଲନ୍‌ର ଘାସ କାଟୁଥିଲେ। ଏହି ସମୟରେ ଦୁର୍ଭାଗ୍ୟବଶତଃ ଘାସକଟା ଯନ୍ତ୍ରର ବିଦ୍ୟୁତ୍‌ ଆଘାତରେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ସେଠାରୁ ତୁରନ୍ତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ତାଙ୍କ ଜୀବନ ବଞ୍ଚାଯାଇପାରି ନ ଥିଲା। ବାସନ୍ତୀ ତାଙ୍କ ପରିବାରର ମୁଖ୍ୟ ଉପାର୍ଜନକାରୀ ଥିଲେ। ସେ ତାଙ୍କ ସ୍ବାମୀ ଏବଂ ୧୮ ଓ ୧୪ ବର୍ଷର ୨ ଝିଅ ଓ ୧୧ ବର୍ଷର ପୁଅକୁ ଛାଡ଼ିଯାଇଛନ୍ତି। ସେମାନେ ଏକ ଗରିବ ପରିବାର ହୋଇଥିବା ବେଳେ ସେମାନଙ୍କର ସେପରି କିଛି ସ୍ଥାୟୀ ରୋଜଗାର ନାହିଁ। ଏହି ଦୁର୍ଘଟଣା ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ସ୍ବର୍ଗତ ବାସନ୍ତୀ ଦାସଙ୍କ ନିକଟତମ ଆତ୍ମୀୟଙ୍କ ଲାଗି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

ଭରତପୁର କାଣ୍ଡକୁ ନେଇ ବଡ଼ ଖବର: ମିଳିଗଲା ଜାମିନ୍‌

ଭୁବନେଶ୍ୱର,୨୧॥୯: ମେଜରଙ୍କ ବାନ୍ଧବୀଙ୍କୁ ଚନ୍ଦକା ରାସ୍ତାରେ ମାଡ଼ ଅଭିଯୋଗ ଘଟଣାରେ ଶନିବାର ୭ଜଣ ରୋଡ୍‌ ରୋମିଓଙ୍କୁ ଗିରଫ କରାଯାଇଥିଲା। କିନ୍ତୁ ବନ୍ଧା ହେବାର ୪ଘଣ୍ଟା ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri