‘ୟାସ୍‌’ ପ୍ରଭାବିତ ଚାଷୀଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟରେ ବାତ୍ୟା ‘ୟାସ୍‌’ ଅନେକ କ୍ଷତି ଘଟାଇଥିଲା। ଏହି ବାତ୍ୟାରେ ୩୩ ପ୍ରତିଶତ ବା ଅଧିକ କ୍ଷତି ହୋଇଥିବା ଆକଳନ କରାଯାଇଥିଲା। ତେବେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀଙ୍କ ପାଇଁ ସହାୟତା ପ୍ୟାକେଜ୍‌ ଘୋଷଣା କରିଛନ୍ତି। ଅଣଜଳସେଚିତ ଅଞ୍ଚଳରେ ଛୋଟ ଓ ନାମମାତ୍ର ଚାଷୀଙ୍କୁ ହେକ୍ଟରର ପିଚ୍ଛା ୬୮୦୦ ଟଙ୍କା ଇନ୍‌ପୁଟ୍‌ ସବ୍‌ସିଡି ଦିଆଯିବ। ଜଳସେଚିତ ଅଞ୍ଚଳରେ ହେକ୍ଟର ପିଚ୍ଛା ୧୩,୫୦୦ ଟଙ୍କା ଦିଆଯିବ। ବାରମାସି ଫସଲ ଜମି ପାଇଁ ହେକ୍ଟର ପିଛା ୧୮୦୦୦ ଟଙ୍କା ମିଳିବ ଓ ସର୍ବନିମ୍ନ ଚାଷୀଙ୍କୁ ୨୦୦୦ ଏବଂ ଅନ୍ୟ ଫସଲ ପାଇଁ ୧୦୦୦ ଟଙ୍କା ଲେଖାଏ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେହିପରି ଗାଈ ଏବଂ ମଇଁଷି ଚାଷୀଙ୍କୁ ୩୦୦୦୦ ଟଙ୍କା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Share