Advertisement

ବାହୁଡ଼ାଯାତ୍ରା ଅଘଟଣରେ ମୃତକଙ୍କ ପାଇଁ ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୬(ଅସମାପିକା ସାହୁ): ବାହୁଡା଼ଯାତ୍ରା ସମୟରେ କେନ୍ଦୁଝର ଜିଲା କେନ୍ଦୁଆ ଗ୍ରାମଠାରେ ୩ ଜଣ ଓ କୋରାପୁଟ ଜିଲା କୋଲାବ ନଗରଠାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରି ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

ଏହି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share