ଡ୍ୟାମ୍‌ରେ ଦୁଇ ଛାତ୍ର ବୁଡ଼ିଯିବା ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୭: କଟକ ଜିଲା ଚୌଦ୍ୱାର ମଙ୍ଗରାଜପୁର ଡମଣୀ ଡ୍ୟାମ୍‌ରେ ବୁଡି ବୁଧବାର ୨ ଛାତ୍ର ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଦୁଃଖପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାର ପାଇଁ ରାଜ୍ୟ ବିପର୍ଯ୍ୟୟ ସହାୟତା ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

Share