ଭୁବନେଶ୍ୱର,୧୪ା୧(ବ୍ୟୁରୋ): ମକରମେଳାରେ କଟକ ଜିଲା ବଡ଼ମ୍ବା ନୃସିଂହନାଥ ପୀଠରେ ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ଆତ୍ମୀୟଙ୍କ ପାଇଁ ୫ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।
ଏହି ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।