ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୬(ବ୍ୟୁରୋ): ବାହାନଗା ଟ୍ରେନ ଦୁର୍ଘଟଣାରେ ରାଜ୍ୟର ମୃତକ ଓ ଆହତଙ୍କ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସହାୟତା ରାଶି ପ୍ରଦାନ କରାଯିବ। ଟ୍ରେନ୍‌ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ସମ୍ପର୍କୀୟଙ୍କ ପାଇଁ ୫ ଲକ୍ଷ ଟଙ୍କା ଏବଂ ଗୁରୁତରଙ୍କ ପାଇଁ ୧ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ ବୋଲି ରବିବାର ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସମସ୍ତ ଆହତଙ୍କ ଚିକିତ୍ସା ମାଗଣାରେ କରାଯିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Share