୬ ମୃତକଙ୍କ ପରିବାର ପାଇଁ ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧(ଅସମାପିକା ସାହୁ): ମୟୂରଭଞ୍ଜର ଦ୍ବାରଶୁଣି ଘାଟିରେ ଏକ ସଡ଼କ ଦୁର୍ଘଟଣାରେ ବୁଧବାର ୬ ଜଣ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇ ମୃତକଙ୍କ ପରିବାର ପାଇଁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି।
ଏତଦ୍‌ବ୍ୟତୀତ ଆହତ ବ୍ୟକ୍ତିମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Share