ବାଣ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୫: ପୁରୀ ବାଣ ଦୁର୍ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧବାର ପୁରୀ ବାଣ ଦୁର୍ଘଟଣାରେ ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ବହନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା ମଧ୍ୟ କରିଥିଲେ।

ଏଥିସହିତ ଗୁରୁବାର ପୂର୍ବାହ୍ନରେ ଭୁବନେଶ୍ୱର ସମ୍‌ ହସ୍ପିଟାଲକୁ ଯାଇ ସେଠାରେ ଚିକିତ୍ସିତ ହେଉଥିବା ବାଣ ଦୁର୍ଘଟଣାର ଆହତମାନଙ୍କୁ ଭେଟିଥିଲେ। ସେମାନଙ୍କର ଚିକିତ୍ସା ବ୍ୟବସ୍ଥାରେ ରହିଥିବା ମୁଖ୍ୟ ଡାକ୍ତରମାନଙ୍କ ସହିତ ଆଲୋଚନା କରିଥିଲେ ଏବଂ ସେମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବା ପାଇଁ ପରାମର୍ଶ ଦେଇଥିଲେ। ପରେ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ପରିବାରବର୍ଗଙ୍କୁ ଭେଟି ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ।

ସୂଚନାଯୋଗ୍ୟ, ଏହି ବାଣ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି।

Share