ବସ୍‌ ଦୁର୍ଘଟଣା: ୩ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୭: ଶନିବାର ହାଇଦ୍ରାବାଦରୁ ଗୟା ଯାଉଥିବା ଏକ ବସ୍‌ ବାରିପଦାଠାରେ ଦୁର୍ଘଟଣାଗ୍ରସ୍ତ ହୋଇ ୩ ଜଣ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଦୁଃଖ ପ୍ରକାଶ କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇଛନ୍ତି। ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଘଟଣାରେ ଆହତମାନଙ୍କ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା ବିନା ଖର୍ଚ୍ଚରେ କରିବା ପାଇଁ ସେ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ସମସ୍ତ ଆହତ ବ୍ୟକ୍ତିମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Share