ବସ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୬(ଅସମାପିକା ସାହୁ): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ହୋଇଥିବା ମର୍ମନ୍ତୁଦ ବସ୍‌ ଦୁର୍ଘଟଣାରେ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏଥିସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

ଏହି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ଘଟଣାସ୍ଥଳକୁ ତୁରନ୍ତ ଯାଇ ବିପନ୍ନଙ୍କୁ ସହାୟତା ଯୋଗାଇ ଦେବା ପାଇଁ  ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଓ ଗଞ୍ଜାମ ଡିପିସିସି ଅଧ୍ୟକ୍ଷ ବିଧାୟକ ବିକ୍ରମ ପଣ୍ଡାଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Share