ଜନ୍ମମାଟିରେ ମା’ଙ୍କ ହାତରୁ ପଖାଳ ଖାଇଲେ ମୁଖ୍ୟମନ୍ତ୍ରୀ, କହିଲେ…

କେନ୍ଦୁଝର,୨୪ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପାଇଁ ନିଜ ଜିଲା କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସି ସୋମବାର ଦ୍ୱିତୀୟ ଦିନରେ ନିଜ ଜନ୍ମମାଟିରେ ପାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ହେଲିକପ୍ଟର ଯୋଗେ କେନ୍ଦୁଝରରୁ ପୂର୍ବାହ୍ନ ପ୍ରାୟ ୧୦.୩୦ରେ ବାହାରି ସଦର ବ୍ଲକ ରାଇକଳା, ତାଙ୍କ ଜନ୍ମ ଗ୍ରାମରେ ଓହ୍ଲାଇଥିଲେ। ତାଙ୍କୁ ଦର୍ଶନ କରିବାକୁ ଏବଂ ସ୍ବାଗତ ଜଣାଇବାକୁ ହଜାର ହଜାର ସଂଖ୍ୟାରେ ଆଖପାଖ ଅଞ୍ଚଳର ଲୋକ ରୁଣ୍ଡ ହୋଇଥିଲେ। ସତେ ଯେପରି ତାଙ୍କୁ ସ୍ବାଗତ ଜଣାଇବାକୁ ଗ୍ରାମ ଉତ୍ସବ ମୁଖର ହୋଇ ଉଠିଛି। ପାରମ୍ପାରିକ ବାଦ୍ୟ ଓ ନୃତ୍ୟଗୀତରେ ଗ୍ରାମ ପ୍ରକମ୍ପିତ ହୋଇ ଉଠିଥିଲା।
ହେଲିପ୍ୟାଡ୍‌ରୁ ମୁଖ୍ୟମନ୍ତ୍ରୀ ସଡ଼କ ପଥରେ ରୋଡ୍‌ ଶୋ’କରି ଝୁମ୍ପୁରା ଯାଇଥିଲେ। ଝୁମ୍ପୁରାରେ ତାଙ୍କ ପିଲା ଦିନର ହାଇସ୍କୁଲରେ ଓହ୍ଲାଇ କିଛି ସମୟ ବିତାଇବା ସହ ପୁରୁଣା ସହପାଠୀଙ୍କୁ ଭେଟିଥିଲେ। ସେଠାରୁ ବାହାରି ଝୁମ୍ପୁରା ବଜାରସ୍ଥିତ ଦୁର୍ଗା ମନ୍ଦିର ପଡିଆରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ଯୋଗଦେଇଥିଲେ। ସେଠାରେ ବିଭିନ୍ନ ବର୍ଗର ଲୋକ, ବିଭିନ୍ନ ସଂଗଠନ ଓ ସଂସ୍ଥା ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା ଦେଇଥିଲେ। ଉଦ୍‌ବୋଧନ ଦେଇ କହିଥିଲେ ଯେ, ଏହି ମାଟିର ସନ୍ତାନ ଆପଣଙ୍କ ମୋହନ ଭାଇ କେବଳ ଝୁମ୍ପୁରା ନୁହେଁ ଜିଲାର ବିକାଶ ପାଇଁ କାମ କରିବ। ଏଣୁ ଆପଣମାନେ ଯେତେବେଳେ ଚାହିଁବେ ତାଙ୍କ ପାଖକୁ ଯାଇ ପାରିବେ ଏବଂ ଦେଖା କରିପାରିବେ। ସେହିପରି ବିକାଶ ପାଇଁ ସମସ୍ତେ ତାଙ୍କୁ ପ୍ରସ୍ତାବ, ପରାମର୍ଶ ଦେଇ ପାରିବେ ବୋଲି କହିଛନ୍ତି।ମୋର କାହାରିକୁ ଭୟ କରିବାର ନାହିଁ। ଆପଣ ମାନେ ମୋ ସହିତ ଅଛନ୍ତି। ମୋ ପାଖରେ ମା ତାରିଣୀ, ଶ୍ରୀ ବଳଦେବଜୀଉ, ଶ୍ରୀ ଜଗନ୍ନାଥ, ଦୁର୍ଗତୀ ନାଶିନୀ ମା’ ଅଛନ୍ତି ବୋଲି କହିଥିଲେ।

ନିଜର ପିଲାଦିନର ସ୍ମୃତି କୁ ମନେ ପକାଇ କିପରି ପ୍ରତ୍ୟେକ ବୁଧବାର ଝୁମ୍ପୁରା ହାଟକୁ ମା’ ସହିତ ଆସନ୍ତି କହିଥିଲେ।ସେହି ଦିନଟା ତାଙ୍କର ଛୁଟି। ଅନ୍ୟ ସବୁ ଦିନ ସ୍କୁଲ ଯାଆନ୍ତି ବୋଲି କହିଥିଲେ। ଏହା ପରେ ସେ ରାଇକଳା ଯାଇଥିଲେ। ସେଠାରେ ପାରମ୍ପାରିକ ନୃତ୍ୟଗୀତ କରି ତାଙ୍କୁ ସ୍ବାଗତ କରାଯାଇଥିଲା। ଗ୍ରାମର ସାହି ପଡ଼ୋଶୀ, ବନ୍ଧୁବାନ୍ଧବ ତାଙ୍କୁ ଫୁଲ ଚନ୍ଦନ ପିନ୍ଧାଇ ବନ୍ଦାପନା କରି ନିଜ ବାସଗୃହକୁ ପାଛୋଟି ନେଇଥିଲେ। ନିଜ ବାସଗୃହରେ ବିଶ୍ରାମ ନେଇଥିଲେ। ସେଠାରେ ପଖାଳ ଭାତ, କୁନ୍ଦୁରି, ବାଇଗଣ ଝୁଡ଼ଙ୍ଗ ଆଦି ପ୍ରିୟ ଭଜା ଖାଇଥିଲେ। ସେ ପଖାଳ ଓ ଭଜା ଆଦି ଖାଇବାକୁ ଭଲ ପାଆନ୍ତି। ଆଜି ସେ ତାଙ୍କ ମା ନାଥମଣି ମାଝିଙ୍କ ପଖାଳ ଭାତ ଓ ଭଜା ଖୁଆଇ ଦେଲେ ବୋଲି ମୁଖ୍ୟମନ୍ତ୍ରୀଙ୍କ ଧର୍ମପତ୍ନୀ ଡାକ୍ତର ପ୍ରିୟଙ୍କା ମାରାଣ୍ଡି କହିଛନ୍ତି। ଏହା ପରେ ଗ୍ରାମରେ ନିର୍ମାଣ କରାଯାଇଥିବା ଅସ୍ଥାୟୀ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟକୁ ଯାଇ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଏହା ପରେ ସେ ହେଲିକପ୍ଟର ଯୋଗେ ଭୁବନେଶ୍ୱର ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri