ଭୁବନେଶ୍ୱର,୬।୬(ବ୍ୟୁରୋ): ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୧୨ ତାରିଖରେ ବାରବାଟୀରେ ଖେଳାଯିବାକୁ ଥିବା ଟି- ଟ୍ବେଣ୍ଟି ଆନ୍ତର୍ଜାତିକ ମ୍ୟାଚ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଟିକେଟ କିଣିଛନ୍ତି । ଓଡ଼ିଶା କ୍ରିକେଟ ଆସୋସିଏଶନର ସଭାପତି ପଙ୍କଜ ଲୋଚନ ମହାନ୍ତି, ସମ୍ପାଦକ ସଞ୍ଜୟ ବେହେରା ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଟିକେଟ ପ୍ରଦାନ କରିଛନ୍ତି ।
ଏହି ଅବସରରେ ୫-ଟି ସଚିବ ଭି.କେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ ।