ହାଇକୋର୍ଟ ବେଞ୍ଚ ପ୍ରସଙ୍ଗରେ ସ୍ପଷ୍ଟୀକରଣ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩।୯: ଓଡ଼ିଶା ହାଇକୋର୍ଟ ବେଞ୍ଚ ପ୍ରସଙ୍ଗରେ ମଙ୍ଗଳବାର ଗୃହରେ ସ୍ପଷ୍ଟୀକରଣ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସରକାରଙ୍କ ବିଚାରାଧୀନ ଅଛି ଏବଂ ଲୋକଙ୍କୁ ତ୍ୱରିତ ନ୍ୟାୟ ଦେବାରେ ଆମ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ସେ କହିଛନ୍ତି।
ଓଡ଼ିଶାର କୌଣସି ଜାଗାରେ ହାଇକୋର୍ଟ ବେଞ୍ଚ୍‌ ପ୍ରତିଷ୍ଠାର ଯଥାର୍ଥତା ନାହିଁ। ବିଜେଡି ବିଧାୟକ କଲିକେଶ ନାରାୟଣ ସିଂଦେଓଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ଏହି ସୂଚନା ଦେଇଥିଲେ। କଲିକେଶ ପଚାରିଥିଲେ, ବଲାଙ୍ଗୀରରେ ହାଇକୋର୍ଟ ବେଞ୍ଚ୍‌ ପ୍ରତିଷ୍ଠା କରିବା ପାଇଁ ସରକାରଙ୍କ ପ୍ରସ୍ତାବ ଅଛି କି। ଏଦିଗରେ କି ପଦକ୍ଷେପ ନିଆଯାଇଛି। ଏହାର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ସୁପ୍ରିମକୋର୍ଟଙ୍କ ପକ୍ଷରୁ ଏ ସମ୍ପର୍କିତ ଆସିଥିବା ରାୟ ଅନୁସାରେ ଓଡ଼ିଶାର କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ୍‌ ପ୍ରତିଷ୍ଠା ହେବାର ଯଥାର୍ଥତା ନାହିଁ।
ମୁଖ୍ୟମନ୍ତ୍ରୀଙ୍କ ଏଭଳି ଉତ୍ତର ପରେ ରାଜନୀତି ତେଜିଛି। କଲିକେଶ ଭାଜପାକୁ ଆକ୍ଷେପ କରି କହିଛନ୍ତି, ଏହା ପଶ୍ଚିମ ଓଡ଼ିଶାବାସୀଙ୍କ ପ୍ରତି ବିଶ୍ୱାସଘାତକତା। ସରକାର ନିଷ୍ପତ୍ତିର ପୁନର୍ବିଚାର କରନ୍ତୁ। କଂଗ୍ରେସ ମଧ୍ୟ ସମାଲୋଚନା କରିଛି। ଭାଜପା ବିରୋଧୀ ଦଳରେ ଥିବାବେଳେ ଆନ୍ଦୋଳନକୁ ସମର୍ଥନ କରୁଥିଲା। ହେଲେ କ୍ଷମତାକୁ ଆସିବା ପରେ ବଦଳି ଗଲା। ଶାସକ ଦଳର ବିଧାୟକ ଜୟନାରାୟଣ ମିଶ୍ର ମଧ୍ୟ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ୍‌ ସ୍ଥାପନ ଦାବିରେ ଅଟଳ ରହିଛନ୍ତି।
ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ୍‌ ପ୍ରତିଷ୍ଠା ନେଇ ବହୁଦିନରୁ ଦାବି ହୋଇ ଆସୁଛି। ଗତ ବିଜେଡି ସରକାର ଅମଳରେ ଏ ପ୍ରସଙ୍ଗକୁ ନେଇ ଟାଳଟୁଳ ନୀତି ଅବଲମ୍ବନ ହେବାରୁ ପଶ୍ଚିମ ଓଡ଼ିଶାରେ ଆଇନଜୀବୀଙ୍କ ଆନ୍ଦୋଳନ ଉଗ୍ରରୂପ ନେଇଥିଲା। ତେବେ ୨୦୨୨ ଡିସେମ୍ବର ୧୪ରେ ସୁପ୍ରିମକୋର୍ଟ ରାୟରେ କହିଥିଲେ, ଏବେ ଟେକ୍ନୋଲୋଜିର ଯୁଗ। ଅନ୍‌ଲାଇନ ଯୋଗେ କୌଣସି ଏକ ଜିଲା କୋର୍ଟରୁ ହାଇକୋର୍ଟ ପାଇଁ କେସ୍‌ ଫାଇଲ୍‌ ହୋଇପାରିବ। ଭର୍ଚୁଆଲରେ ଶୁଣାଣି ହୋଇପାରିବ। କୌଣସି ସ୍ଥିତିରେ ହାଇକୋର୍ଟ ବେଞ୍ଚ୍‌ ପ୍ରତିଷ୍ଠା ଆବଶ୍ୟକତା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

ଶନିବାର, ରବିବାର ସରକାରୀ ଛୁଟି ବାତିଲ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୫ା୧୦(ଅନିଲ ଦାସ): ବାତ୍ୟା ‘ଦାନା’ ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶନିବାର ଓ ରବିବାର ୨ଦିନ...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri