ଭୁବନେଶ୍ୱର,୩।୬(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନରେ ବିଜେଡି ବାଜିମାତ୍ କରିଛି। ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ତାଙ୍କ ନିକଟତମ ପ୍ରତିନ୍ଦ୍ୱନ୍ଦ୍ୱୀ କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କଠାରୁ ୬୬ ହଜାର ଭୋଟରେ ବିଜୟୀ ହୋଇଛନ୍ତି।
ସେହିପରି ଭାଜପା ପ୍ରାର୍ଥୀ ରାଧାରାଣୀ ପଣ୍ଡା ତୃତୀୟ ସ୍ଥାନରେ ରହିଛନ୍ତି।
ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ଖୁସି ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବ୍ରଜରାଜନଗର ଉପନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଥିବା ବିଜେଡି ପ୍ରାର୍ଥୀ ଅଳକା ମହାନ୍ତିଙ୍କୁ ମୋର ଶୁଭେଚ୍ଛା । ଅକୁଣ୍ଠ ଭଲପାଇବା ଦେଇଥିବାରୁ ବ୍ରଜରାଜନଗରବାସୀଙ୍କୁ ମୋର କୃତଜ୍ଞତା ସହ ନିଷ୍ଠାପର ଉଦ୍ୟମ କରିଥିବା ସମସ୍ତ କର୍ମୀ ଭାଇଭଉଣୀଙ୍କୁ ଧନ୍ୟବାଦ ଜଣାଉଛି । ଏହି ବିଜୟ ଆମର ସେବା ସଙ୍କଳ୍ପକୁ ଆହୁରି ଦୃଢ଼ କରିଛି ।
ବ୍ରଜରାଜନଗର ଉପନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଥିବା @bjd_odisha ର ପ୍ରାର୍ଥୀ ଶ୍ରୀମତି ଅଳକା ମହାନ୍ତିଙ୍କୁ ମୋର ଶୁଭେଚ୍ଛା। ଅକୁଣ୍ଠ ଭଲପାଇବା ଦେଇଥିବାରୁ ବ୍ରଜରାଜନଗରବାସୀଙ୍କୁ ମୋର କୃତଜ୍ଞତା ସହ ନିଷ୍ଠାପର ଉଦ୍ୟମ କରିଥିବା ସମସ୍ତ କର୍ମୀ ଭାଇଭଉଣୀଙ୍କୁ ଧନ୍ୟବାଦ ଜଣାଉଛି। ଏହି ବିଜୟ ଆମର ସେବା ସଙ୍କଳ୍ପକୁ ଆହୁରି ଦୃଢ କରିଛି।
— Naveen Patnaik (@Naveen_Odisha) June 3, 2022