ଭୁବନେଶ୍ୱର,୪ା୯(ବ୍ୟୁରୋ): ଜାପାନର ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ଓଡ଼ିଆ ପୁଅ ପ୍ରମୋଦ ଭଗତ ଦେଶର ପ୍ରଥମ ସ୍ବର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି। ଫାଇନାଲରେ ବ୍ରିଟେନ ପ୍ରତିଦ୍ୱନ୍ଦ୍ୱୀ ଡାନ୍ ବେଥେଲଙ୍କୁ ହରାଇ ପ୍ରମୋଦ ସ୍ବର୍ଣ୍ଣ ପଦକ ଆଣି ଓଡ଼ିଶାକୁ ଗୌରବାନ୍ବିତ କରିଛନ୍ତି। ତାଙ୍କର ଏହି ସଫଳତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନବୀନ କହିଛନ୍ତି, ତୁମ ସଫଳତା ଖାଲି ଓଡ଼ିଶା ନୁହେଁ, ସାରା ଦେଶକୁ ଗୌରବାନ୍ବିତ କରିଛି। ଆଗାମୀ ଦିନରେ ତୁମର ଆହୁରି ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି।