ନୂଆ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଦେଶର ୧୫ତମ ରାଷ୍ଟ୍ରପତି ହେଲେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ମୁର୍ମୁଙ୍କ ବିଜୟ ପରେ ସବୁ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ରାଜ୍ୟପାଳ ଗଣେଶୀ ଲାଲ ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଶା ପାଇଁ ଗୌରବର ମୂହୁର୍ତ୍ତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପ୍ରଥମ ନାଗରିକ ପର୍ଯ୍ୟନ୍ତ ତାଙ୍କ ଯାତ୍ରା ଅନ୍ୟଙ୍କ ପାଇଁ ପ୍ରେରଣା ଦାୟୀ ଏବଂ ମହିଳା ସଶକ୍ତିକରଣ କ୍ଷେତ୍ରରେ ଏକ ଉଦାହରଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Share